ବୁଗୁଡ଼ା ବ୍ଲକ, ଏନ୍‌ଏସିର ୪୦ ସଙ୍ଗରୋଧ କେନ୍ଦ୍ରରେ ୨୦୫୯ ପ୍ରବାସୀ ଓଡ଼ିଆ

ବୁଗୁଡ଼ା,୭ା୫(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଓ ଏନ୍‌ଏସିରେ ଥିବା ୪୦ ସଙ୍ଗରୋଧ କେନ୍ଦ୍ରରେ ଗୁରୁବାର ସୁଦ୍ଧା ମୋଟ ୨୦୫୯ ପ୍ରବାସୀ ଓଡ଼ିଆ (ସୁରାଟ ଫେରନ୍ତା) ଆସି ରହିଛନ୍ତି। ରବିବାର ଠାରୁ ବୁଧବାର ରାତି ସୁଦ୍ଧା ଏହି ପ୍ରବାସୀ ଓଡ଼ିଆମାନେ ଟ୍ରେନ ଓ ବସରେ ଆସି ୪୦ କେନ୍ଦ୍ରରେ ରହିଛନ୍ତି। ବୁଗୁଡ଼ା ବ୍ଲକର ୩୬ ସଙ୍ଗରୋଧ କେନ୍ଦ୍ରରେ ୧୭୪୫ ପୁରୁଷ, ୧୦୩ ମହିଳା ଓ ୧୫ ଶିଶୁ ଏପରି ମୋଟ ୧୯୨୩ ଜଣ ପ୍ରବାସୀ ଓଡ଼ିଆ ରହିଥିବା ବେଳେ ୧୮ ଜଣ ଅନ୍ୟ ପ୍ରବାସୀଙ୍କୁ ମିଶାଇ ମୋଟ ୧୯୪୧ ଜଣ ଅଛନ୍ତି। ସେହିପରି ବୁଗୁଡ଼ା ଏନ୍‌ଏସିର ୪ କେନ୍ଦ୍ରରେ ୧୦୪ ପୁରୁଷ, ୮ ମହିଳା ଓ ୬ ଜଣ ଶିଶୁ ଏପରି ୧୧୮ ଜଣ ପ୍ରବାସୀ ଓଡ଼ିଆ ରହିଛନ୍ତି। ସ୍ଥାନୀୟ ବିଡିଓ ତନ୍ମୟ ପାତ୍ର, ତହସିଲଦାର ସଂଗ୍ରାମ କେଶରୀ ଜେନା, ଆଇଆଇସି ଚିତ୍ତରଞ୍ଜନ ବେହେରା ଏବଂ ଏନଏସି ନିର୍ବାହୀ ଅଧିକାରୀ ରଶ୍ମୀରଞ୍ଜନ ଦାଶ ପ୍ରମୁଖଙ୍କ ତତ୍ତ୍ବାବଧାନରେ କେନ୍ଦ୍ରମାନଙ୍କରେ ପ୍ରବାସୀଙ୍କ ସକାଶେ ଖାଦ୍ୟ, ପାନୀୟ, ସ୍ବାସ୍ଥ୍ୟ ପରୀକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର

ନୂଆପଡ଼ା,୨୧ା୮(ମକାରୁ ବେମାଲ): ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri