ବୁଗୁଡ଼ାରୁ ପୁରୀ ଗଲା ରଥ କାଠ

ବୁଗୁଡ଼ା, ୨୩।୪:(ଡି.ଏନ.ଏ.): ଆସନ୍ତା ରଥ ଯାତ୍ରା ପାଇଁ ରଥ ନିର୍ମାଣ ସକାଶେ ବୁଗୁଡ଼ାରୁ ୧୨ ଖଣ୍ଡ ରଥ କାଠ ପୁରୀ ପଠାଯାଇଛି। ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ ବୁଗୁଡ଼ା ବନାଞ୍ଚଳର ପଙ୍କଳସାହିରେ ୨ଟି, ଆଦିପୁରରେ ୨ଟି ଓ ଖରିଡା ନିକଟରେ ୭ଟି ଫାସୀ ଗଛ ରଥ ନିର୍ମାଣ ପାଇଁ ଚିହ୍ନଟ ହୋଇଥିବା ବେଳେ ୩ ଦିନ ତଳେ ଏହି ଗଛଗୁଡିକୁ ୧୪ ଫୁଟ ଲମ୍ବରେ ୧୨ ଖଣ୍ଡ କାଠ କଟାଯାଇ ମଝି ଦାଣ୍ଡରେ ରଖାଯିବା ପରେ ଗ୍ରାମବାସୀ ଏହାକୁ ଭକ୍ତିର ସହ ପୂଜାର୍ଚ୍ଚନା କରିଆସୁଥିଲେ। ଶନିବାର ପୁରୀ ଶ୍ରୀମନ୍ଦିର ଗାଡି ପହଞ୍ଚତ୍ବା ପୂର୍ବରୁ କାଠ ଗୁଡିକୁ ଗାଡ଼ିରେ ଲଦାଯାଇ ବୁଗୁଡ଼ା ଶ୍ରୀବଳଦେବ ସ୍ବାମୀ ମନ୍ଦିରକୁ ଅଣାଯାଇଥିଲା ଏବଂ ମନ୍ଦିର ସମ୍ମୁଖରେ ଯଥାବିଧି ପୂଜାର୍ଚ୍ଚନା କରାଯିବା ପରେ ଗାଡି ପୁରୀ ଅଭିମୁଖେ ବାହାରିଥିଲା। ବୁଗୁଡ଼ା ପର୍ଶୁରାମ ବାହିନୀ ସହଯୋଗରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ସୁଦର୍ଶନ ବେହେରା, ବୁଗୁଡା ରେଞ୍ଜର ପ୍ରଦୀପ କୁମାର ମିଶ୍ର, ବ୍ଲକ ଅଧ୍ୟକ୍ଷା କେ. ପ୍ରିୟଦର୍ଶିନୀ ଆଚାରୀ, ଅଧ୍ୟକ୍ଷା ପ୍ରତିନିଧି କେ ନୀଳ ମାଧବ ଆଚାରୀ, ଓ ବନ ବିଭାଗର କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri