ବୁଗୁଡ଼ାରେ ପହଞ୍ଚିଲେ ୩୫୦ରୁ ଊର୍ଦ୍ଧ୍ୱ ସୁରଟ ଫେରନ୍ତା

ବୁଗୁଡ଼ା,୩ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରବିବାର ୩୫୦ରୁ ଅଧିକ ସୁରଟ ଫେରନ୍ତା ପହଞ୍ଚିବା ଜଣାପଡ଼ିଛି। ସେମାନେ ଶନିବାର ରାତିରେ ୭ଟି ବସ୍‌ରେ
ବାହାରିଥିଲେ। ପ୍ରଥମେ ବୁଗୁଡ଼ାରେ ପହଞ୍ଚିବା ପରେ ଗୋଟିଏ ବସ୍‌ର ୫୪ ପ୍ରବାସୀ ଓଡ଼ିଆଙ୍କୁ
ବୁଗୁଡା ଏନ୍‌ଏସି ଅନ୍ତର୍ଗତ ଶୋଭନୀୟ ପବ୍ଲିକ ସ୍କୁଲ ଏବଂ ବିରଞ୍ଚି ନାରାୟଣ ପବ୍ଲିକ ସ୍କୁଲରେ ରଖାଯାଇଥିବା ବେଳେ ଅନ୍ୟ ଏକ ବସ୍‌ରେ ଆସିଥିବା ପ୍ରାୟ ୬୦ଜଣଙ୍କୁ ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତର ଆଦର୍ଶ ବିଦ୍ୟାଳୟ ଏବଂ ଗୋଲିଆ ପ୍ରାଥମିକ ବିଦ୍ୟାଳୟରେ ରଖାଯାଇଥିବା ଜଣାପଡ଼ିଛି। ସେହିପରି
ରବିବାର ଅନ୍ୟ ୫ଟି ବସ୍‌ରେ ୨୫୦ରୁ ଅଧିକ ପ୍ରବାସୀ ବୁଗୁଡ଼ାରେ ପହଞ୍ଚିଥିଲେ। ସେମାନଙ୍କୁ ବାଲିପଦରଠାରୁ ବିଡିଓ ତନ୍ମୟ ପାତ୍ର, ତହସିଲଦାର ସଂଗ୍ରାମ କେଶରୀ ଜେନାଙ୍କ ତତ୍ତ୍ବାବଧାନରେ ପୋଲିସ ପ୍ରଶାସନର କଡ଼ା ସୁରକ୍ଷା ବ୍ୟବସ୍ଥାରେ ବୁଗୁଡ଼ାକୁ ଅଣାଯାଇଥିଲା। ପରେ ଗୋଟିଏ ବସ୍‌ର ପ୍ରବାସୀ ଓଡିଆଙ୍କୁ ବି. କରଡ଼ାବାଡ଼ି ଉଚ୍ଚ ବିଦ୍ୟାଳୟରେ ରଖାଯାଇଥିବା ବେଳେ ଅନ୍ୟ ୨ ବସ୍‌ରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ସଙ୍କୁରୁ ପଞ୍ଚାୟତରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଏବଂ ଅନ୍ୟ ୨ ବସ୍‌ରେ ଥିବା ପ୍ରବାସୀଙ୍କୁ କରଚୁଲୀ ପଞ୍ଚାୟତ ଏବଂ ଗୋଳାବନ୍ଧ ପଞ୍ଚାୟତର ବିଭିନ୍ନ ବିଦ୍ୟାଳୟରେ ରଖାଯାଇଥିଲା। ରବିବାର ସନ୍ଧ୍ୟା ସୁଦ୍ଧା ପୁଣି ଆଉ ୫ଟି ବସରେ ଆସୁଥିବା ପ୍ରବାସୀ ଓଡିଆଙ୍କୁ ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ପାଇଁ ପ୍ରଶାସନ ପ୍ରସ୍ତୁତ ହୋଇଥିବା ବିଡିଓ ତନ୍ମୟ ପାତ୍ର ପ୍ରକାଶ
କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri