Posted inଜାତୀୟ

ବୁଡି ଗଲାଣି ଅଧା ଭାରତ

ନୂଆଦିଲ୍ଲୀ,୧୮।୮: ଲଗାଣ ବର୍ଷାରେ ଦେଶର ଅଧିକାଂଶ ଭାଗରେ ବନ୍ୟା ସୃଷ୍ଟି ହୋଇଛି। ଅଧା ଭାରତ ବନ୍ୟାରେ ବୁଡି ଗଲାଣି କହିଲେ ଚଳେ। ଉତ୍ତରାଖଣ୍ଡରେ ଗଙ୍ଗୋତ୍ରୀ, ୟମୁନୋତ୍ରୀ ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ବଦ୍ରିନାଥ ହାଇଓ୍ବେକୁ ବନ୍ଦ କରି ଦିଆଯାଇଛି। ସେହିପରି ଜମ୍ମୁରେ କେତେକ ନଦୀ ବିପଦ ସଙ୍କେତ ନିକଟବର୍ତ୍ତି ହୋଇଥିବା ବେଳେ ବୈଷ୍ଣୋଦେବୀ ହେଲିକପ୍ଟର ସେବାକୁ ମଧ୍ୟ ବନ୍ଦ କରି ଦିଆଯାଇଛି। ପଞ୍ଜାବର ବନ୍ୟା ପରିସ୍ଥିତି ମଧ୍ୟ ଭୟଙ୍କର। ଏଠାରେ ପାଖାପାଖି ବନ୍ୟା ପ୍ରଭାବିତ ୮୧ ଗାଁକୁ ଖାଲି କରିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଛି। ରାଜସ୍ଥାନ ବର୍ଷାରେ ଏପର୍ଯ୍ୟନ୍ତ ୧୬ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଏଥିରୁ ବାଦ୍‌ ଯାଇନାହିଁ ଆନ୍ଧ୍ର ପ୍ରଦେଶ। ଏବେ ଏଠାରେ ପ୍ରାୟ ୮୭ ଗାଁ ବନ୍ୟାଦ୍ୱାରା ପ୍ରଭାବିତ ହୋଇଛି। ଏପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷାର ଅନୁମାନ କରିଛି ପାଣିପାଗ ବିଭାଗ। ଆଉ ଏହି ଲଗାଣ ବର୍ଷା ବନ୍ୟା ପୀଡିତଙ୍କ ଉପରେ ବୋଝ ଉପରେ ନଳିତା ବିଡା ଭଳି ହେବ ବୋଲି ଅନୁମାନ କରାଯାଉଛି। ଚଳିତ ବନ୍ୟାରେ ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ବେଳେ କୋଟି କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ

ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri