ବୁଧବାର ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ)- ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଚଳିତ ଆର୍ଥିକବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ ଆଣିବାକୁ ଯାଉଛନ୍ତି। ଏହି ବଜେଟର ଆକାର ପ୍ରାୟ ୮୩୦୦ କୋଟି ଟଙ୍କା ରହିଥିବା ଜଣାପଡ଼ିଛି। ସାଧାରଣ ନିର୍ବାଚନ ପରେ ଏହା ଦ୍ୱିତୀୟ ଅଧିବେଶନ। ପୂର୍ବାପେକ୍ଷା ବିରୋଧୀ ଦଳ ଭାଜପାର ସଂଖ୍ୟା ବୃଦ୍ଧି ପାଇଛି। ସଂଖ୍ୟା ଦୃଷ୍ଟିରୁ କମ୍‌ ହୋଇଥିଲେ ମଧ୍ୟ କଂଗ୍ରେସ ଗୃହ ଭିତରେ ପ୍ରଭାବୀ ପ୍ରଦର୍ଶନ କରୁଛି। ତେଣୁ ବିରୋଧୀଙ୍କ କିପରି ସଫଳ ମୁକାବିଲା କରାଯିବ, ସେ ନେଇ ପୂର୍ବାହ୍ନ ୧୦ଟାରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ବିଧାୟକ ଦଳ ନେତା ନବୀନ ପଟ୍ଟନାୟକ ଏହାର ଅଧ୍ୟକ୍ଷତା କରିବେ।

ନିକଟରେ ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ହୋଇଥିଲା। ଏହା ଏକ ସମ୍ବେଦନଶୀଳ ପ୍ରସଙ୍ଗ ହୋଇଥିବାରୁ ଉଭୟ ଭାଜପା ଏବଂ କଂଗ୍ରେସ ବିଧାନସଭାରେ ଉଠାଇବେ। ଭାଜପା ଏହି ପ୍ରସଙ୍ଗରେ ବିଧାନସଭା ଚଳାଇଦେବ ନାହିଁ ବୋଲି ପୂର୍ବରୁ କହିସାରିଛି। କଂଗ୍ରେସ ମଧ୍ୟ ଏହାକୁ ଆୟୁଧ କରି ଶାସକ ଦଳକୁ ଘେରିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛି। ତେଣୁ ଏହି ପ୍ରସଙ୍ଗକୁ ବିଜେଡି କିପରି ମୁକାବିଲା କରିପାରୁଛି, ତାହା ଉପରେ ସମସ୍ତଙ୍କ ନଜର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri