ବୁଧବାର ବନକଲାଗି: ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ, ୨୩ା୭: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ। ଏହି ସମୟରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ। ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡାଙ୍କ ସୂଚନା ମୁତାବକ, ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିର ଜୟବିଜୟ ଦ୍ୱାର ବନ୍ଦ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ

ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri