ବୁଧବାର ବନକଲାଗି: ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ,୧୨ା୧୧: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ତାଙ୍କ ସୂଚନା ମୁତାବକ, ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ବନ୍ଦ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ବନକଲାଗି ପରେ ପୁଣି ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri