ବୁଧବାରଠାରୁ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୧୨ା୬: ପ୍ରାୟ ଅଢ଼େଇ ମାସ ବ୍ୟବଧାନ ପରେ ଏସ୍‌ସିବିରେ ଆରମ୍ଭ ହେବ ଅସ୍ଥିମଜ୍ଜା ପ୍ରତିରୋପଣ। ଏଥିପାଇଁ ଏସ୍‌ସିବି କ୍ଲିନିକାଲ ହେମାଟୋଲୋଜି ବିଭାଗରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏବେ କେବଳ ବାକି ରହିଛି ହେପା ଫିଲଟର, ଏସି ଓ ଅନ୍ୟ ଉପକରଣର ଯାଞ୍ଚ ପ୍ରକ୍ରିୟା। ୧୭ ତାରିଖରେ ୭୭ତମ ଓ ୧୯ ତାରିଖରେ ୭୮ତମ ରୋଗୀଙ୍କ ଅସ୍ଥି ମଜ୍ଜା ପ୍ରତିରୋପଣ କରାଯିବ। ଶୁକ୍ରବାର ସୁଦ୍ଧା ୭୭ତମ ରୋଗୀଙ୍କ ସମସ୍ତ ପରୀକ୍ଷା ଶେଷ ହୋଇଛି। ଉଭୟ ରୋଗୀଙ୍କ ଅଟୋଲୋଗସ୍‌ (ନିଜସ୍ବ ଅସ୍ଥିମଜ୍ଜା)କୁ ପ୍ରତିରୋପଣ କରାଯିବ। ଅତୀତରେ ଏହି ଦୁଇ ରକ୍ତ କର୍କଟ (ମଲ୍ଟିପୁଲ ମାୟୋଲୋମା)ରୋଗୀ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସ ଯାଇ ଫେରି ଆସିଥିଲେ। ଏହି ଦୁଇଜଣ ରୋଗୀଙ୍କ ସମସ୍ତ ଅସ୍ତ୍ରୋପଚାର ପ୍ରକ୍ରିୟା କ୍ଳିନିକାଲ ହେମାଟୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ରବୀନ୍ଦ୍ର ଜେନାଙ୍କ ନେତୃତ୍ୱରେ କରାଯିବ। ଆସିଷ୍ଟାଣ୍ଟ ପ୍ରଫେସର ଡା. ମନମୋହନ ବିଶ୍ୱାଳ, ଡା. ସୁଧା ସେଠୀ, ଡା. ରାଜୀବ ନାୟକ, ସିନିୟର ରେସିଡେଣ୍ଟ ଡା. ଦିବ୍ୟଜ୍ୟୋତି ପୃଷ୍ଟି, ଲାବୋରାଟୋରୀ ଟେକ୍ନିସିଆନ ଆର୍‌.ଏନ୍‌. ସାହୁ, ଦେବୀ ଜେନା, ରଶ୍ମିରଞ୍ଜନ, ସେବିକା ସ୍ନେହଲତା ମଙ୍ଗରାଜ, ରଞ୍ଜିତା ଓ ମନ୍ଦାକିନୀ ସହଯୋଗ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

୬ରୁ ହବିଷିଆଳି ବ୍ରତ ପାଇଁ ଅନ୍‌ଲାଇନ ପଞ୍ଜୀକରଣ

ପୁରୀ,୩ା୧୦(ଅଜିତ୍‌ କୁମାର ମହାନ୍ତି) ଚଳିତ ବର୍ଷ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଅକ୍ଟୋବର ୨୬ରୁ ଆରମ୍ଭ ହୋଇ ନଭେମ୍ବର ୨୪ରେ ଶେଷହେବ। କେବଳ ଅନ୍‌ଲାଇନ ମାଧ୍ୟମରେ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?