Posted inଜାତୀୟ

ବୁରହାନ୍‌ ଓ୍ବାନୀଙ୍କ ଶ୍ରାଦ୍ଧ ବାର୍ଷିକୀ: ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର,୮।୭: ଆତଙ୍କବାଦୀ ସଂଗଠନଗୁଡ଼ିକ ପକ୍ଷରୁ ସୋମବାର ହିଜବୁଲ୍‌ ମୁଜାହିଦ୍ଦିନ୍‌ ସଦସ୍ୟ ବୁରହାନ୍‌ ଓ୍ବାନୀଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ ପାଇଁ ଯୋଜନା କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆବଶ୍ୟକସ୍ଥଳେ ସନ୍ଦିଗ୍ଧ ଯାନବାହନ ତଥା ବ୍ୟକ୍ତି ବିଶେଷଙ୍କ ତଲାସୀ କରାଯାଉଛି। ପୁଲଓ୍ବାମାରେ ପୁଣି ଥରେ ବିସ୍ଫୋରଣ ପାଇଁ ଆତଙ୍କବାଦୀ ଯୋଜନା କରୁଥିବା ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ କିଛି ଦିନ ତଳେ ସତର୍କ ସୂଚନା ଜାରି କରାଯାଇଥିଲା। ଆଇଇଡି ବିସ୍ଫୋରଣ ତଥା ସ୍ନାଇପରଙ୍କ ସହାୟତାରେ ଆକ୍ରମଣ କରାଯିବା ଲାଗି ଯୋଜନା କରାଯାଇଥିବା ରିପୋର୍ଟରେ ଦର୍ଶାଯାଇଥିଲା। ଏଥିପାଇଁ ପାକିସ୍ତାନରୁ ଲୁଚିଛପି ଭାରତ ଆସିଥିବା ୬ରୁ ୮ ଆତଙ୍କବାଦୀ ଦଳ ଏଭଳି ଯୋଜନା କରିଥିବା ରିପୋର୍ଟରେ ସୂଚତ ହୋଇଥିଲା। ସେମାନେ ନିଜ ନାମ ପରିବର୍ତ୍ତନ କରି କଶ୍ମୀରରେ ଲୁଚି ରହୁଥିବା ଗୋଇନ୍ଦା ବିଭାଗ କହିଛି। ଦଳରେ ଜଣେ ସ୍ନାଇପର ଏକ୍ସପର୍ଟ ରହିଥିବା କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷାକର୍ମୀଙ୍କୁ ସର୍ତକ ରଖାଯାଇଛି। ସୂଚନାଯୋଗ୍ୟ, ୩ ବର୍ଷ ତଳେ ୨୦୧୬ରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଆତଙ୍କବାଦୀ ବୁରହାନ୍‌ ଓ୍ବାନୀଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri