ବୁଲେଟ୍‌ ଚଢ଼ି ବିବାହମଣ୍ଡପରେ ପହଞ୍ଚିଲେ କନ୍ୟା

ପାଟନା,୭।୩: ସବାରି କିମ୍ବା ଚାରି ଚକିଆ ଯାନରେ କନ୍ୟା ବିବାହମଣ୍ଡପକୁ ଆସିବା କଥା ସମସ୍ତେ ଶୁଣିଥିବେ। ହେଲେ ବିହାରର ଗୟାରେ ଜଣେ କନ୍ୟା ୧୬ ଶୃଙ୍ଗାର ପରେ ବିବାହ ପୋଷାକରେ ସଜେଇ ହୋଇ ଚଷମା ଲଗାଇ ବୁଲେଟ୍‌ ଚଢ଼ି ମଣ୍ଡପରେ ପହଞ୍ଚିବା ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଆଉ ମଣ୍ଡପ ନିକଟରେ ନିଜେ ବର ପହଞ୍ଚି କନ୍ୟାଙ୍କୁ ସ୍ବାଗତ କରିଛନ୍ତି। ବୋଧଗୟାର ଟେକୁନା ଫାର୍ମ ନିକଟରୁ ବର ବାହାରିଥିବା ବେଳେ ସେ ଏକ ରଥରେ ଚଢି ବିବାହ କରିବାକୁ ପହଞ୍ଚିଥିଲେ। ଏହାପରେ ତାଙ୍କୁ ମଣ୍ଡପ ନିକଟରେ ସ୍ବାଗତ କରିବାକୁ ପୂର୍ବରୁ ପ୍ରସ୍ତୁତ କରାଯାଇଥିଲା। ଏହାପରେ କନ୍ୟା ବୁଲେଟ ଚଢି ମଣ୍ଡପରେ ପହଞ୍ଚିବା ପରେ ଉଭୟଙ୍କୁ ସ୍ବାଗତ କରାଯାଇ ମଣ୍ଡପ ମଧ୍ୟକୁ ନିଆଯାଇଥିଲା ସେଠାରେ ପରସ୍ପର ମାଳା ଅଦଳବଦଳ କରିଥିଲେ। ଏହାପରେ ସମ୍ପୂର୍ଣ୍ଣ ରୀତିନୀତି ଅନୁଯାୟୀ ରାମପୁର ଚିରେୟାଟାଂଡ ରେ ରହୁଥିବା ରାଜେଶ କୁମାରଙ୍କ ସାନ ଝିଅ ନିକ୍କି ଓ ଟେକୁନା ଫାର୍ମ ନିକଟରେ ରହୁଥିବା ସୁଦର୍ଶନ କୁମାରଙ୍କ ପୁଅ ନୀତୀଶ କୁମାରଙ୍କର ବିବାହ ସମ୍ପନ୍ନ ହୋଇଥିଲା। ମାର୍ଚ୍ଚ ୩ରେ ଏହି ବିବାହ ଅନୁଷ୍ଠିତ ହୋଇଥିବା ବେଳେ ଏବେ ଏହା ଚର୍ଚ୍ଚାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri