ବୁଲ୍‌ବୁଲ୍‌ ପୁନରୁଦ୍ଧାର କାର୍ଯ୍ୟରେ ପ୍ରଶାସନକୁ ସହାୟତା କଲା ବିଜୁ ଯୁବ ବାହିନୀ

ଭୁବନେଶ୍ୱର,୯।୧୧(ବ୍ୟୁରୋ):  ‘ବୁଲ୍‌ବୁଲ୍‌’ ଓଡ଼ିଶା ଉପକୂଳ ଦେଇ ଗତି କରୁଅଛି। ଏହାର ପ୍ରଭାବରେ ଉତ୍ତର ତଥା ଉପକୂଳ ଓଡ଼ିଶା କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ପବନ ହୋଇଛି। ଏହା ଦ୍ୱାରା ରାସ୍ତାରେ ଗଛ ପଡିବା ଭଳି ସମସ୍ୟା ସୃଷ୍ଟି ହୋଇଛି। ଅନେକ ସ୍ଥାନରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ସହ ପୁନରୁଦ୍ଧାର କାର୍ଯ୍ୟ ଜାରିରହିଛି। ଏହି କାର୍ଯ୍ୟରେ ୧୫ ଜିଲାର ସମସ୍ତ ବିଜୁ ଯୁବ ବାହିନୀ ସ୍ବେଚ୍ଛାସେବୀ ଜିଲା ପ୍ରଶାସନକୁ ସହାୟତାର ହାତ ବଢାଇଛନ୍ତି। ବୁଲ୍‌ବୁଲ୍‌ ପୂର୍ବ ପ୍ରସ୍ତୁତି ଏବଂ ଏହାର ପ୍ରଭାବରେ ହୋଇଥିବା କ୍ଷତିର ପୁନରୁଦ୍ଧାର କାର୍ଯ୍ୟ ବାହିନୀ ପକ୍ଷରୁ ଜାରି ରହିବ। ଏନେଇ ଶୁକ୍ରବାରଠାରୁ ରାଜ୍ୟ ଯୁବ କଲ୍ୟାଣ ବୋର୍ଡ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ବିଜୟ କୁମାର ନାୟକ ସ୍ବେଚ୍ଛାସେବୀଙ୍କୁ ଆହ୍ବାନ ଦେଇଥିଲେ। ବୁଲ୍‌ବୁଲ୍‌ ପ୍ରଭାବରେ ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଆଦି ଜିଲାରେ ହୋଇଥିବା କ୍ଷୟକ୍ଷତି ପରେ ଯୁବ ବାହିନୀର ସଦସ୍ୟମାନେ ଉଦ୍ଧାର କାର୍ଯ୍ୟ କରିଥିବା ଜଣାପଡିଛି। ଉଲ୍ଲେଖଯୋଗ୍ୟ,ବିଜୁ ଯୁବ ବାହିନୀର ସ୍ବେଚ୍ଛାସେବୀମାନେ ୨୦୧୮ ‘ତିତ୍‌ଲି’ ଓ ୨୦୧୯ ‘ଫନୀ’ ସମୟରେ ପ୍ରଶଂସନୀୟ କାର୍ଯ୍ୟ କରିଥିଲେ। ‘ବୁଲ୍‌ବୁଲ୍‌’ ଦ୍ୱାରା ଯେପରି କୌଣସି ଧନଜୀବନ ହାନି ନ ହୁଏ, ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ବିଜୁ ଯୁବ ବାହିନୀ ସ୍ବେଚ୍ଛାସେବୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri