ବୃକ୍ଷ ହିଁ ମଣିଷର ଶ୍ରେଷ୍ଠ ବନ୍ଧୁ

ବ୍ରହ୍ମପୁର ଅଫିସ୍‌,୫ା୮-ନିଜ ଜୀବନକାଳ ମଧ୍ୟରେ ମଣିଷକୁ ପ୍ରତ୍ୟେକ ସମୟରେ ସାହାଯ୍ୟ କରିଥାଏ ବୃକ୍ଷ । ଖାଦ୍ୟଠାରୁ ଆରମ୍ଭ କରି ଔଷଧ, ପ୍ରଶ୍ୱାସ ନେବା ପାଇଁ ଅମ୍ଳଜାନଠାରୁ ଆରମ୍ଭ କରି ଛାଇ । ପ୍ରତିବଦଳରେ ସେ କିଛି ଚାହେଁନା। ବୃକ୍ଷ କାହାର ଅନିଷ୍ଟ ମଧ୍ୟ କରେନାହିଁ । ଏଣୁ ବୃକ୍ଷ ମଣିଷର ଶ୍ରେଷ୍ଠ ବନ୍ଧୁ ବୋଲି ରବିବାର ବିଶ୍ୱ ବନ୍ଧୁତା ଦିବସ ଅବସରରେ ଅତିଥିମାନେ ମତ ଦେଇଛନ୍ତି । ବ୍ରହ୍ମପୁର ସବୁଜ ବାହିନୀ ଏବଂ ଅନ୍ୟାନ୍ୟ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ରାମଲିଙ୍ଗମ୍‌ ମନ୍ଦିର ସମ୍ମୁଖରେ ଥିବା ଶତାୟୁ ବରଗଛକୁ ବନ୍ଧୁ ଭାବେ ଗ୍ରହଣ କରାଯାଇଥିଲା । ପ୍ରଥମେ ପୂର୍ଣ୍ଣ କଳସ, ପୁଷ୍ପ, ଚନ୍ଦନ ଓ ବେଦଧ୍ୱନିରେ ଅତିଥିମାନଙ୍କୁ ସ୍ବାଗତ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ସମ୍ମାନିତ ଅତିଥି ବିଧାୟକ ବିକ୍ରମ ପଣ୍ଡା, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ପୂର୍ବତନ ବିଡିଏ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣା ଏବଂ ଜିଲା ଶିକ୍ଷା ଅଧିକାରୀ ସନାତନ ପଣ୍ଡା ଯୋଗ ଦେଇଥିଲେ। ଜିଲା ଇକୋ କ୍ଲବ ସଂଯୋଜକ ଡ.ଶଙ୍କର ନାରାୟଣ ବେଜ ସ୍ବାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ।
କାର୍ଯ୍ୟକ୍ରମରେ ଶତାୟୁ ବଟ ବୃକ୍ଷକୁ ଫୁଲ, ଚନ୍ଦନ, ବସ୍ତ୍ର ଦେଇ ପୂଜା ପୂର୍ବକ ବନ୍ଧୁତ୍ୱର ଡୋର ବନ୍ଧା ଯାଇଥିଲା । ଏମ୍‌ପି ସାହୁ ସମସ୍ତ ପରିବେଶ ପ୍ରେମୀ ଓ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ବୃକ୍ଷ ସୁରକ୍ଷା ପାଇଁ ଶପଥ ପାଠ କରାଇଥିଲେ। ଜିଲାପାଳ କୁଲାଙ୍ଗେ ଚାରାରୋପଣ କରିବା ସଙ୍ଗେସଙ୍ଗେ ଏହାର ସୁରକ୍ଷା କରିବା ପାଇଁ ଆହ୍ବାନ ଦେଇଥିଲେ ।
ଏହାପରେ ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସରରେ ସମସ୍ତ ଅତିଥିମାନେ ଚାରା ରୋପଣ କରିଥିଲେ । ସେଠାରୁ ଅତିଥିମାନେ ଏକ ସଚେତନତା ପଦଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ପଦଯାତ୍ରା ମହାନଗର କାର୍ଯ୍ୟାଳୟ ସମ୍ମୁଖରୁ ଆରମ୍ଭ ହୋଇ ପୁରୁଣା ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଯାଇଥିଲା।
ବ୍ରହ୍ମପୁର ସବୁଜ ବାହିନୀ ସଭାପତି ଶିବରାମ ପାଣିଗ୍ରାହୀ, ସମ୍ପାଦକ ଏମ୍‌.ଦିଲୀପ କୁମାର, ଆର୍ଯ୍ୟଭଟ୍ଟ ଫାଉଣ୍ଡେଶନ ପ୍ରତିଷ୍ଠାତା ସୁଧୀର ରାଉତ, ଆଞ୍ଚଳିକ ବିକାଶ ପରିଷଦ ସଭାପତି ସାଗର କୁମାର ପାତ୍ର, ସମ୍ପାଦକ ବିଜେନ୍ଦ୍ର ମାଝି, ମାରୱାଡି ମହିଳା ସମିତି ସଭାନେତ୍ରୀ ମମତା ଚୌଧୁରୀ, ସମ୍ପାଦିକା ରୁବି ଖେମାଣି, ବକ୍ସିଂ ଓଡିଶାର ସମ୍ପାଦକ କବିରାଜ ଗୌଡ଼, ସବିତା ସାହୁକାର, ବନମାଳୀ ପ୍ରଧାନ, ଅରବିନ୍ଦ ଦେଶୀବେହେରା, ଦୀପକ କୁମାର ଏବଂ ସମସ୍ତ ଅନୁଷ୍ଟାନ ଓ ନେଚର୍ସଲଭର୍ସ ଓଡିଶାର ସ୍ବେଚ୍ଛାସେବୀ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri