ବୃକ୍ଷରୋପଣ କରି ପରିବେଶ ସୁରକ୍ଷା ଆହ୍ବାନ

ରଣପୁର,୭ା୭(ସ୍ବ.ପ୍ର.): ଶନିବାର ଖୋର୍ଦ୍ଧା ବନଖଣ୍ଡ ଅନ୍ତର୍ଗତ ରଣପୁର ବନାଞ୍ଚଳ ତରଫରୁ ସାନଗଡ ବିଦ୍ୟାଳୟରେ ୭୦ତମ ବନ ମହୋତ୍ସବ ପାଳନ କରାଯାଇଛି। ସ୍ଥାନୀୟ ବିଧାୟକ ସତ୍ୟନାରାୟଣ ପ୍ରଧାନ ମୁଖ୍ୟଅତିଥି ଓ ଖୋର୍ଦ୍ଧା ଜିଲା ଡିଏଫଓ ସୁଦୀପ୍ତ ନାୟକ, ବ୍ଲକ ଶିକ୍ଷାଧିକାରୀ ଉପେନ୍ଦ୍ର ନାଥ ସାହୁ, ଭାଇସ୍‌ ଚେୟାରମ୍ୟାନ ପ୍ରିୟବ୍ରତ ପ୍ରହରାଜ, ଗୌରାଙ୍ଗପୁର ପୂର୍ବତନ ସରପଞ୍ଚ ପୂର୍ଣ୍ଣଚନ୍ଦ୍ର ରାୟ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନୀଳକଣ୍ଠ ରଥ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରତ୍ୟେକ ଲୋକ ବୃକ୍ଷରୋପଣ କରି ପରିବେଶ ସୁରକ୍ଷା କରିବାକୁ ଆହ୍ବାନ ଦେଇଥିଲେ। ଜଙ୍ଗଲ ରହିଲେ ଜୀବଜଗତ ବଞ୍ଚତ୍ରହିବ ବୋଲି ଅତିଥିମାନେ ପ୍ରକାଶ କରିଥିଲେ। ପରେ ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ପରିସରରେ ବିଭିନ୍ନ କିସମର ଚାରା ରୋପଣ କରିଥିଲେ। ରଣପୁର ବନ ଅଧିକାରୀ ଶରତ ଚନ୍ଦ୍ର ଶତପଥୀ ରଣପୁରର ବିଭିନ୍ନ ସ୍ଥାନରେ ୩୫୦ରୁ ଊର୍ଦ୍ଧ୍ୱ ବିଭିନ୍ନ କିସମର ଗଛ ଲଗାଯିବ ବୋଲି କହିଥିଲେ। ଜଙ୍ଗଲ ବିଭାଗର ସମସ୍ତ କର୍ମଚାରୀ, କାଉନସିଲର, ରଣପୁର ଅଞ୍ଚଳର କେତେକ ବିଶିଷ୍ଟ ବ୍ୟକ୍ତି ଓ ଯୁବକ ଉପସ୍ଥିତ ରହି ବିଦ୍ୟାଳୟ ପରିସରରେ ଆକାଶିଆ, ପଟାସ, ଜାମୁକୋଳି ଆଦି ପ୍ରଜାତିର ଚାରା ରୋପଣ କରିଥିଲେ। ଏହି ଗଛଗୁଡିକର ଯତ୍ନ ନିଆଯାଇ କିପରି ବଡ କରାଯାଇପାରିବ ସେ ସମ୍ବନ୍ଧରେ ଉପସ୍ଥିତ ସଭ୍ୟାସଭ୍ୟ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପରାଜିତାଙ୍କୁ ବିହାର ପଠାଇଦେବି: ଭାଜପା ଛାଡିବା ପରେ ବର୍ଷିଲେ କାଳୁ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିଧାନସଭା ଭାଜପା ଆଶାୟୀ ପ୍ରାର୍ଥୀ କାଳୁଚରଣ ଖଣ୍ଡାୟତରାୟଙ୍କ ଟିକେଟ କଟିବା ପରେ ସେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କାଳୁଙ୍କ...

ଭାଜପାକୁ ଶକ୍ତ ଝଟ୍‌କା: ଦଳରୁ ଇସ୍ତଫା ଦେଲେ କାଳୁଙ୍କ ସମେତ ୧୦୦ରୁ ଅଧିକ କର୍ମୀ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପାଇଁ ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ଦାଖଲ ଆରମ୍ଭ ହୋଇଛି। ଆସନ୍ତା ୨ରେ ଭାଜପା ଭୁବନେଶ୍ବର ଲୋକ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ...

ସମସ୍ୟା ଘେରରେ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ଟାଙ୍ଗୀ,୨୮ା୪(ରଘୁନାଥ ସାହୁ)ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ୨୬ ପଞ୍ଚାୟତ, ଚିଲିକା ବ୍ଲକ ଅନ୍ତର୍ଗତ ୫ ପଞ୍ଚାୟତ ଓ ରଣପୁର ବ୍ଲକ ଅନ୍ତର୍ଗତ...

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri