ବୃକ୍ଷରୋପଣ ପାଲଟିଛି ପ୍ରହସନ

ଚମ୍ପୁଆ, ୨।୧୦(ଡି.ଏନ.ଏ.)-ଜୀବ ଜଗତ ବଞ୍ଚିରହିବା ତଥା ପରିବେଶର ସୁରକ୍ଷା ପାଇଁ ଜଙ୍ଗଲ ସୃଷ୍ଟି କରିବା ଅତ୍ୟନ୍ତ ଆବଶ୍ୟକ ହୋଇ ପଡିଥିବା ବେଳେ ସରକାରୀ ଓ ବେସରକାରୀ ସଂସ୍ଥାଗୁଡ଼ିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହାତକୁ ନେଉଛନ୍ତି। ଅଧିକରୁ ଅଧିକ ବୃକ୍ଷ ରୋପଣ ପାଇଁ ମଧ୍ୟ ପ୍ରୋତ୍ସାହନ ଦିଆଯାଉଛି। ବିଶେଷ ଭାବରେ ଖଣି ଖାଦାନ ଦ୍ୱାରା ଉଜୁଡି ଯାଉଥିବା ଜଙ୍ଗଲ ସୃଷ୍ଟି କରିବା କମ୍ପାନୀ ଗୁଡିକର ସାମାଜିକ ଦାୟିତ୍ୱବୋଧତା ପାଲଟି ଯାଇଛି। ମାତ୍ର କେତେକ ଏହି ଦାୟିତ୍ୱକୁ ସୁଚାରୁ ରୂପେ ସମ୍ପାଦନ ନ କରି ଖାମ ଖିଆଲି ଭାବେ ବୃକ୍ଷ ରୋପଣ କରୁଥିବାରୁ ଏହି ଉଦ୍ଦେଶ୍ୟ ପୂରଣ ହୋଇପାରୁନାହିଁ। ଯାହାର ଜ୍ୱଳନ୍ତ ଉଦାହରଣ ପାଲଟିଛି ଚମ୍ପୁଆ ରେଞ୍ଜରେ ରାମଲା ଠାରେ କମ୍ପାନି ଦ୍ୱାରା କରାଯାଇଥିବା ବୃକ୍ଷ ରୋପଣ କାର୍ଯ୍ୟ। ସୂଚନା ଅନୁସାରେ ୨୦୧୬/୧୭ ମସିହାରେ କମ୍ପାନୀ ଦ୍ୱାରା ରାମଲା ଠାରେ ସହରୀ ବନିକରଣ ଯୋଜନାରେ ୫୦୦୦ ଚାରା ରୋପଣ କରାଯାଇଥିଲା। ଚମ୍ପୁଆ ବନ ବିଭାଗର ସହାୟତାରେ ଏହି ଚାରା ରୋପଣ କରାଯାଇଥିବା ବେଳେ ଚାରା ରୋପଣର ନିୟମ ଗ୍ରହଣ କରାଯାଇ ନ ଥିବା ଦେଖିବାକୁ ମିଳିଛି। ନିୟମ ଅନୁସାରେ ଚାରା ଗୁଡିକୁ ପଲିଥିନ ପ୍ୟାକେଟରୁ ବାହାର କରି ଲଗାଇବା କଥା ମାତ୍ର ଅନେକ ଚାରାରେ ପଲିଥିନ ଖୋଲା ନ ଯାଇ ତାହା ଲଗାଯାଇଥିବାରୁ ଅନେକ ଚାରା ମରି ସାରିଥିବା ବେଳେ ପଲିଥିନ ଲଗା ଚାରା ଗୁଡିକ ଠିକ ଭାବେ ବଢି ପାରିନଥିବା ଦେଖିବାକୁ ମିଳିଛି। ଅନଭିଜ୍ଞ କର୍ମଚାରୀ ତଥା ଉପଯୁକ୍ତ ତଦାରଖ ଅଭାବରୁ ଏପରି ହୋଇଥିବା ସ୍ଥାନୀୟ ଲୋକ ମତ ଦେଇଥିବା ବେଳେ କିପରି ଓ କେଉଁ ପରିସ୍ଥିତିରେ ଏଥି ପ୍ରତି ନଜର ହଟାଇ ନିଆଗଲା ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏସମ୍ପର୍କରେ ଚମ୍ପୁଆ ରେଞ୍ଜର ଘାସିନାଥ ପାତ୍ରଙ୍କୁ ପଚାରିବାରୁ ଏମିତି ହେବା କଥା ନୁହଁ।ଏହାର ତଦନ୍ତ କରାଯିବା ସହ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ପଚାରି ପଦକ୍ଷେପ ନିଆଯିବ ବୋଲି କହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri