ବୃଦ୍ଧାଙ୍କୁ କଚାଡ଼ି ମାରିଲା ଦନ୍ତା

ତେଲକୋଇ/ପରଜଙ୍ଗ, ୨୧।୮(ଡି.ଏନ୍‌.ଏ.): ଢେଙ୍କାନାଳ-କେନ୍ଦୁଝର ସୀମାନ୍ତ ସଂରକ୍ଷିତ ଜଙ୍ଗଲରେ ହାତୀ-ମଣିଷ ସଂଘର୍ଷ ତୀବ୍ର ରୂପ ନେଇଛି। ହାତୀ ଦୌରାତ୍ମ୍ୟରେ ଜଙ୍ଗଲତଳି ଅଞ୍ଚଳବାସୀ ସର୍ବାଧିକ ପ୍ରଭାବିତ ହେଉଛନ୍ତି। ସମ୍ପୃକ୍ତ ଅଞ୍ଚଳରେ ହାତୀ ମୁହଁରେ ଜୀବନ ଯିବା ନିତିଦିନିଆ ଘଟଣାରେ ପରିଣତ ହୋଇଛି। ମହାବିରୋଡ଼ ସେକ୍ସନ ଅଧୀନ ଅଙ୍ଗାରୁଆ ଜଙ୍ଗଲରେ ଛତୁ ତୋଳିବାକୁ ଆସିଥିବାବେଳେ ବୁଧବାର ଜଣେ ବୃଦ୍ଧାଙ୍କୁ ଦନ୍ତାହାତୀ କଚାଡ଼ି ମାରିଦେଇଛି। ମୃତକ ହେଲେ ତେଲକୋଇ ଥାନା ବଳଭଦ୍ରପୁର (ପନାସିଆ) ଗ୍ରାମର ଦୁଲଣା ସାହୁ (୬୨)। ସୌଭାଗ୍ୟବଶତଃ ଅନ୍ୟ ୨ଜଣ ବର୍ତ୍ତିଯାଇଛନ୍ତି।
ଦୁଲଣାଙ୍କ ସମେତ ଅନ୍ୟ ୨ଜଣ ମହିଳା ଜଙ୍ଗଲରେ ଛତୁ ତୋଳୁଥିବାବେଳେ ହଠାତ୍‌ ଦନ୍ତା ହାବୁଡ଼ରେ ପଡ଼ି ଯାଇଥିଲେ। ଜୀବନ ବିକଳରେ ସମସ୍ତେ ଦୌଡ଼ି ପଳାଉଥିବାବେଳେ ଦୁଲଣାଙ୍କୁ ହାତୀ ଶୁଣ୍ଢରେ ଧରି ଫିଙ୍ଗି ଦେଇଥିଲା। ଅନ୍ୟ ଦୁଇଜଣ ଗ୍ରାମରେ ପହଞ୍ଚତ୍ ଏ ସମ୍ପର୍କରେ ଅବଗତ କରାଇଥିଲେ। ଗ୍ରାମବାସୀ ଜଙ୍ଗଲରେ ପହଞ୍ଚତ୍ବା ବେଳକୁ ଦୁଲଣାଙ୍କ ମୃତ୍ୟୁ ହୋଇସାରିଥିଲା।
ସୂଚନା ପାଇ ତେଲକୋଇ ବନାଞ୍ଚଳ ଅଧିକାରୀ ପୀତାମ୍ବର ନାୟକ, ମହାବିରୋଡ ରେଞ୍ଜର ହରମୋହନ ନାୟକ, ଫରେଷ୍ଟର ଅଜିତ୍‌ କୁମାର ଦଳେଇ, ଫାଣ୍ଡି ଅଧିକାରୀ ବିନୟ କୁମାର ସାହୁ ପ୍ରମୁଖ ସଦଳବଳ ପହଞ୍ଚତ୍ ମୃତଦେହ ଉଦ୍ଧାର କରିଥିଲେ। ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ଏ ନେଇ ନଂ. ୨୮/୧୯ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ବନ ବିଭାଗ ପକ୍ଷରୁ ମୃତ ବୃଦ୍ଧାଙ୍କ ପରିବାରକୁ ପ୍ରାଥମିକ ପର୍ଯ୍ୟାୟରେ ୪୦ ହଜାର ଟଙ୍କାର ଚେକ୍‌ ଦିଆଯାଇଛି। ଆବଶ୍ୟକ କାଗଜପତ୍ର ଦାଖଲ ପରେ ଅବଶିଷ୍ଟ ୩ ଲକ୍ଷ ୬୦ ହଜାର ଟଙ୍କା ଦିଆଯିବ ବୋଲି ରେଞ୍ଜର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri