ବୃଦ୍ଧି ପାଉଛି ବେଆଇନ ନିଶା କାରବାର: ପୁଣି ପାଟଣାଗଡ଼ ଅଞ୍ଚଳରୁ ୨ହଜାର ବୋତଲ କଫ୍‌ ସିରପ୍‌ ଜବତ

ପାଟଣାଗଡ଼, ୪।୧୨(ଡି.ଏନ.ଏ.): ଗତ ୨ ତାରିଖରେ ପାଟଣାଗଡ଼ ପୋଲିସ ୧୬ ହଜାର କଫ୍‌ ସିରପ୍‌ ଜବତ କରିଥିବା ବେଳେ ବୁଧବାର ପୁଣି ପାଟଣାଗଡ ଅବକାରୀ ବିଭାଗ ଦ୍ୱାରା ବେଲପଡ଼ା ଅଞ୍ଚଳରୁ ୨୦୦୦ ବୋତଲ କଫ୍‌ ସିରପ୍‌ ଜବତ କରାଯାଇଛି। ଘଟଣାରେ ୨ ଜଣଙ୍କୁ ଅଟକ ରଖାଯାଇଛି। ଚଢ଼ାଉରେ ଏକ୍ସାଇଜ ସୁପରିଣ୍ଟେଣ୍ଡେଣ୍ଟ ଶ୍ରୀଧର ମାଝିଙ୍କ ନେତୃତ୍ୱରେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ସିଦ୍ଧେଶ୍ୱର ବେଶ୍ରା, ସଦର ଇନ୍ସପେକ୍ଟର ପ୍ରସନ୍ନ ନାଏକ, ମୋବାଇଲ ଇନ୍ସପେକ୍ଟର ଝସକେତନ ବରିହା, ପାଟଣାଗଡ ଅବକାରୀ ଅଧିକାରୀ ବିଶ୍ୱନାଥ ପରିଡା, ମୋବାଇଲ ଏସ୍‌ଆଇ ଗିରିଜା ପାଣିଗ୍ରାହୀ, ସଦର ଏସ୍‌ଆଇ ପଦ୍ମଲୋଚନ ନାଏକ ପ୍ରମୁଖ ସାମିଲ ଥିଲେ।

ସୂଚନାଯୋଗ୍ୟ, ଅଞ୍ଚଳରେ ଦିନକୁ ଦିନ ବେଆଇନ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଥିବା ବେଳେ ନିଶା ବେପାରୀମାନେ କଫ୍‌ ସିରପ୍‌କୁ ନିଶାଦ୍ରବ୍ୟ ଭାବେ ବିକ୍ରିକରି ଲାଭବାନ ହେଉଛନ୍ତି। ଅପରପକ୍ଷେ ଏହାଦ୍ୱାରା ଯୁବପିଢ଼ି ପଥଭ୍ରଷ୍ଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖଇ ବଲାଙ୍ଗୀର ଜିଲା ପୋଲିସ ଏବଂ ଅବକାରୀ ବିଭାଗ ଚଢ଼ାଉ କରି ଅଞ୍ଚଳରୁ ବେଆଇନ କଫ୍‌ ସିରପ୍‌ ଜବତ କରୁଛନ୍ତି। ହେଲେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାକୁ କମ୍‌ କରିବା ଦିଗରେ ସେଭଳି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଏହି ନିଶା କାରବାର ରାୟପୁରଠାରୁ ଆରମ୍ଭ କରି କଟକ ପର୍ଯ୍ୟନ୍ତ ଲମ୍ବିଥିବା ଜଣାପଡ଼ିଛି। ଖାଲି କଫ୍‌ ସିରପ୍‌କୁ ଜବତ କରାଯାଉଥିବାବେଳେ ଛୋଟ ବେପାରିଙ୍କୁ ଗିରଫ କରି ବସିଯାଉଛି ପ୍ରଶାସନ। ଫଳରେ ମୁଖ୍ୟ କିଙ୍ଗ୍‌ପିନ୍‌ ପାଖକୁ କାହିଁକି ପହଞ୍ଚି ପାରୁନାହିଁ ବୋଲି ଏଠାରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri