ବେଆଇନ କରତକଳରେ ଚଢ଼ାଉ: ୮ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

ରୂପ୍‌ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ବନବିଭାଗ ଏବେ ବେଆଇନ ଭାବେ ଚାଲିଥିବା କରତକଳଗୁଡିକରେ ଲଗାମ ଲଗାଇବାକୁ ଉଦ୍ୟମ ଆରମ୍ଭ କରିଛି। ୫ଦିନ ମଧ୍ୟରେ ଜିଲାର ବିଭିନ୍ନ ବ୍ଲକର ୭ଟି କରତକଳରେ ଚଢ଼ାଉ କରି ୨୦ଲକ୍ଷ ଟଙ୍କାର ମିଲ୍‌ ଯନ୍ତ୍ରାଂଶ ଓ ମୂଲ୍ୟବାନ କାଠ ଜବତ କରିଛି। ଏହାସହ ୧୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ମଧ୍ୟ ସଫଳ ହୋଇଛି। ତେବେ କରତକଳ ମାଲିକ ଓ ଚୋରା କାଠ ମାଫିଆଙ୍କ ମଧ୍ୟରେ ଏକରକମ ଛନ୍‌କା ପଶିଯାଇଥିବା ଚର୍ଚ୍ଚା ହେଉଛି।
ଡିଏଫ୍‌ଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ବାଲେଶ୍ୱର ରେଞ୍ଜ ଅଫିସର ଦେବେନ୍ଦ୍ର ନାଥ ପାତ୍ର, ଭିଜିଲାନ୍ସ ରେଞ୍ଜ ଅଫିସର ଶ୍ୟାମ ସିଂ, ଫରେଷ୍ଟର ବିବେକାନନ୍ଦ ଜେନା ଓ ଜୀତେନ୍ଦ୍ର କୁମାର ରାଉତ ପ୍ରମୁଖ ସଦଳବଳେ ସଦର ଥାନା ଅନନ୍ତପୁର ଗ୍ରାମର ନୟନ କୁମାର ବିଶ୍ୱାଳ, ରୂପ୍‌ସା ଥାନା ଜାମୁନିଆ ଗ୍ରାମରେ ଥିବା ମଦନ ସିଂ ଓ ମାଧବାନନ୍ଦ ଦାସଙ୍କ ବେଆଇନ କରତକଳ ଉପରେ ଚଢ଼ାଉ କରିଥିଲେ। ୨ କରତକଳରୁ ୮ଲକ୍ଷ ଟଙ୍କାର ଯନ୍ତ୍ରାଂଶ ଓ ବହୁ ମୂଲ୍ୟବାନ କାଠ ଜବତ ହୋଇଥିଲା। ମାତ୍ର ମାଲିକମାନେ ଫେରାର ହୋଇଯାଇଥିଲେ। ସେମାନଙ୍କୁ ତୁରନ୍ତ ଗିରଫ କରାଯିବାର ବିଭାଗୀୟ ପ୍ରକ୍ରିୟା ଜାରି ରହିଛି ବୋଲି ରେଞ୍ଜ ଅଫିସର ପାତ୍ର କହିଛନ୍ତି। ଗତ ସେପ୍ଟେମ୍ବର ୨୯ ତାରିଖରେ ଭୋଗରାଇ ବ୍ଲକ ଅଞ୍ଚଳରେ ୪ଟି କରତକଳରେ ଚଢ଼ାଉ ହୋଇଥିଲା। ୧୧ଲକ୍ଷ ଟଙ୍କାର କାଠ ଓ ଯନ୍ତ୍ରାଂଶ ଜବତ ହେବା ସହ ୭ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ସେହିପରି ୩୦ ତାରିଖରେ ବାଲିଆପାଳ ବ୍ଲକ ଅଞ୍ଚଳର ଗୋଟିଏ ସ’ମିଲ୍‌ରେ ଚଢ଼ାଉ କରାଯାଇ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ସେଠାରୁ ୧ଲକ୍ଷ ଟଙ୍କାର କାଠ ଓ ଯନ୍ତ୍ରାଂଶ ଜବତ ହୋଇଥିଲା। ବନବିଭାଗର ଏଭଳି ଲଗାତର ଚଢ଼ାଉ କରାଯିବାକୁ ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ବିଧାନସଭା ଆସନ: ତ୍ରିମୁଖୀ ଲଢେଇରେ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଚାର ଚର୍ଚ୍ଚାରେ

ଭବାନୀପାଟଣା, ୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିର୍ବାଚନ ମଣ୍ଡଳୀରେ ରାଜନୀତି ଉଷ୍ଣତା ବଢିବାରେ ଲାଗିଛି। ହାତରେ ଆହୁରି କମ୍‌ ସମୟ ଥିବାରୁ ଏଠାକାର...

କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ...

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ (୧) କୋର୍ଟରେ ମଙ୍ଗଳବାର ଏକ ନରହତ୍ୟା ମାମଲାର ରାୟ ପ୍ରକାଶ...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୨୦ ଘର

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ କେନ୍ଦୁଡିହା ପଞ୍ଚାୟତ କୁଳିଅଣା ବିନ୍ଧାଣିସାହିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଆକସ୍ମିକ ଅଗ୍ନିକାଣ୍ଡରେ ବିନ୍ଧାଣିବସ୍ତିର ୨୦ରୁ...

ଭଞ୍ଜନଗରରେ କାଳବୈଶାଖୀ ତାଣ୍ଡବ

ଭଞ୍ଜନଗର,୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ହେବାରୁ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ୨୨ଟି...

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି...

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri