ବେଆଇନ ଗୋଚାଲାଣ, ୭ ଗିରଫ

ଖଲ୍ଲିକୋଟ,୨୭।୭(ଡି.ଏନ.ଏ.)- ଖଲ୍ଲିକୋଟ ପୋଲିସ ଶନିବାର ଏକ ଟ୍ରକରେ ଗୋରୁ ଚାଲାଣ ବେଳେ ୧୭ ଗୋରୁ ଉଦ୍ଧାର କରିବା ସହ ଟ୍ରକ ଜବତ କରିଛି। ଏହି ଘଟଣାରେ ଚାଳକ ସମେତ ୭ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ପୁରୀ ଜିଲା ସତ୍ୟବାଦୀ ଥାନା ଅଞ୍ଚଳର ଏସ୍‌.କେ. ସକିଲ, ରାକେଶ କୁମାର ସାହୁ, ଏସ.କେ. ପାନ୍ନା, ରସିଦ୍‌ ଖାନ, ଏସ୍‌.କେ. ରାଜୁ, ୟୁପି ମୁଜାଫର ନଗରର ଏମ୍‌.ଡି. ଆସୁ ଓ ସେହି ଅଞ୍ଚଳର ଟ୍ରକ ଚାଳକ ରାଜ କରଣ।
ପ୍ରକାଶ ଯେ, ଜାତୀୟ ରାଜପଥ ନଂ.୧୬ ଦେଇ ଶନିବାର ବେଆଇନ ଗୋରୁ ଚାଲାଣ ହେଉଥିବା ଖଲ୍ଲିକୋଟ ପୋଲିସ ସୂଚନା ପାଇଥିଲା। ଗୁରାପଲ୍ଲୀ ଟୋଲଗେଟଠାରେ ଆଇଆଇସି ସୁନୀଲ କୁମାର ବେହେରା, ଏସ୍‌ଆଇ ସିଲୁ ଧଳଙ୍କ ସମେତ ପୋଲିସ ଟିମ ଟ୍ରକ୍‌ (ନଂ.ୟୁପି୧୯ଟି-୨୫୦୬)କୁ ଅଟକାଇଥିଲେ। ଯାଞ୍ଚବେଳେ ୨ଟି ବଳଦ ଏବଂ ୧୫ ଗାଈ ଥିବାବେଳେ ଏହା ଆନ୍ଧ୍ରପ୍ରଦେଶରୁ ପଶ୍ଚିମବଙ୍ଗ ଯାଉଥିବା ଜଣାପଡ଼ିଥିଲା। ପୋଲିସ ଟ୍ରକ୍‌ରେ ଥିବା ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଥାନା କେଶ ନଂ.୧୮୫/୧୯ରେ ମାମଲା ରୁଜୁ କରାଯାଇଛି। ଜବତ ଗୋରୁଙ୍କୁ ଭୁବନେଶ୍ୱରରେ ଥିବା ଏକ ଗୋଶାଳାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri