Posted inଜାତୀୟ

ବେଆଇନ ଗ୍ରାନାଇଟ୍‌ ଖନନ ମାମଲା: ୪୦ କୋଟିର ସମ୍ପତ୍ତି ବାଜ୍ୟାପ୍ତ

ନୂଆଦିଲ୍ଲୀ,୨୫ା୪(ପି.ଟି.): ବେଆଇନ ଗ୍ରାନାଇଟ୍‌ ଖନନ ମାମଲାରେ ନିଲମ୍ବିତ ଡିଏମ୍‌କେ ନେତା ଏମ୍‌.କେ. ଆଲାଗିରିଙ୍କ ପୁଅ ଆଲାଗିରି ଦୟାନିଧିଙ୍କ ଘରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ଇଡି ଅଧିକାରୀମାନେ ମନିଲଣ୍ଡରିଂ ଆଇନ ବଳରେ ତାଙ୍କର ୨୫ଟି ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତ କରିଛନ୍ତି, ଯାହାର ମୂଲ୍ୟ ୪୦.୩୪ କୋଟି ଟଙ୍କା ହେବ। ଅଲିମ୍ପସ୍‌ ଗ୍ରାନାଇଟ୍ସ ପ୍ରାଇଭେଟ ଲିମିଟେଡ୍‌ ନାମରେ ଥିବା ମଦୁରାଇ ଓ ଚେନ୍ନାଇର କୋଠାକୁ ବାଜ୍ୟାପ୍ତ କରିବା ସହ କେତେକ ବ୍ୟାଙ୍କରେ ଥିବା ଫିକ୍ସଡ୍‌ ଡିପୋଜିଟକୁ ମଧ୍ୟ ଜବତ କରାଯାଇଛି।
ଇଡି ପକ୍ଷରୁ କୁହାଯାଇଛି ଯେ, କମ୍ପାନୀର ଅଂଶୀଦାର ଏସ୍‌. ନାଗରାଜନ୍‌ ଓ ଆଲାଗିରି ଦୟାନିଧିଙ୍କ ସମେତ ଅନ୍ୟ ଅଭିଯୁକ୍ତମାନେ ଆପରାଧିକ ଷଡ଼ଯନ୍ତ୍ର କରି ତାମିନ୍‌ ଲିଜ୍‌ ଜମିରେ ବେଆଇନ ଭାବେ ଗ୍ରାନାଇଟ୍‌ ଖନନ କରିଥିଲେ। ଏଥିଯୋଗୁ ସରକାରୀ ରାଜକୋଷକୁ କ୍ଷତି ସହିବାକୁ ପଡ଼ିଥିବାବେଳେ ସେମାନେ ନିଜେ ଲାଭବାନ ହୋଇଥିଲେ। ତାମିଲନାଡୁ ପୋଲିସ ଏନେଇ ତଦନ୍ତ କରି କମ୍ପାନୀ, ଏହାର ପ୍ରମୋଟର, ନିର୍ଦ୍ଦେଶକ ଓ ଅନ୍ୟ କେତେଜଣ ବ୍ୟକ୍ତିଙ୍କ ବିରୋଧରେ ଏଫ୍‌ଆଇଆର୍‌ ଦାଏର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଅଧରାତିରେ ଭାରତରେ ଭୂକମ୍ପ ଝଟ୍‌କା: ୨ ରାଜ୍ୟକୁ ଦୋହଲାଇଦେଲା…

ନୂଆଦିଲ୍‌ଲୀ,୪।୧୦: ଭାରତ, ଇଣ୍ଡୋନେସିଆ ଏବଂ ମିଆଁମାରର ଅନେକ ସହରରେ ଗତ ବିଳମ୍ୱିତ ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ…

୧୦ରେ ସିଜେପିର ଦିଲ୍ଲୀ ବିକ୍ଷୋଭ

ନୂଆଦିଲ୍ଲୀ,୪ା୧୦(ପି.ଟି.): ମୁଖ୍ୟ ନିର୍ୱାଚନ କମିଶନର (ସିଇସି) ଜ୍ଞାନେଶ କୁମାର ଯଦି ଇସ୍ତଫା ନ ଦିଅନ୍ତି, କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଅକ୍ଟୋବର ୧୦ରେ ନୂଆଦିଲ୍ଲୀରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ…

‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ!

ନୂଆଦିଲ୍ଲୀ, ୪।୧୦: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା…

ଇଣ୍ଡି ମେଣ୍ଟରେ ସାମିଲ ହେଲା ଟିଭିକେ

ଚେନ୍ନାଇ, ୪।୧୦: ଅଭିନେତା-ରାଜନେତା ବିଜୟଙ୍କ ନେତୃତ୍ୱାଧୀନ ‘ତାମିଲଗା ଭେଟ୍ରି କାଜଗମ’ (ଟିଭିକେ) ଦଳ ଇଣ୍ଡି ମେଣ୍ଟରେ ସିଇସିଙ୍କ ଇସ୍ତଫା ଦାବି ଅଭିଯାନରେ ସାମିଲ ହୋଇଛି ବୋଲି ଶନିବାର…

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?