ବେଆଇନ ଘରେ ମଦ କାରବାର

ବିରିଡି, ୨୯।୨ (ଡି.ଏନ୍‌.ଏ.): ବିରିଡ଼ି ବ୍ଲକ ଅଧୀନ ବିଲୁଆଖାଇ କେନାଲ ସବ୍‌ଡିଭିଜନ ବାଲିଆ ଅଧୀନରେ ଥିବା ୬ ନଂ. କେନାଲ ବନ୍ଧ ପାର୍ଶ୍ୱରେ ବେଆଇନ୍‌ ଭାବେ ନିର୍ମିତ ଏକ ଟିଣ ଛପର ଘରକୁ ଶୁକ୍ରବାର ଜଳସମ୍ପଦ ବିଭାଗ ପକ୍ଷରୁ ଭଙ୍ଗାଯାଇଛି। ଉକ୍ତ ଗୃହରେ ଚୋରାମଦ କାରବାର ଚାଲୁଥିବା ନେଇ ଦୀର୍ଘଦିନ ଧରି ସ୍ଥାନୀୟ ଲୋକେ ଅଭିଯୋଗ କରୁଥିଲେ। ତେବେ ଚୋରା ମଦ ବିକ୍ରି ଯୋଗୁ କେନାଲ ବନ୍ଧରେ ଅସାମାଜିକଙ୍କ ଆଡ୍ଡା ଜମିବା ସହ ବିଭିନ୍ନ ଆପରାଧିକ କାର୍ଯ୍ୟ ଘଟୁଥିଲା। ଏ ନେଇ ଅଞ୍ଚଳବାସୀଙ୍କ ପକ୍ଷରୁ ଅଭିଯୋଗ ହେବା ପରେ ବିଭାଗୀୟ କର୍ତ୍ତୃପକ୍ଷ ଓ ପୋଲିସ ଉପସ୍ଥିତିରେ ଉକ୍ତ ବେଆଇନ ଘରକୁ ଜେସିବି ସାହାଯ୍ୟରେ ଭାଙ୍ଗି ଦିଆଯାଇଛି। ଉକ୍ତ ଘରକୁ ଉଠାଇବା ପାଇଁ ବହୁ ଦିନରୁ ଦାବି ହୋଇଆସୁଥିଲା। ଘରଭଙ୍ଗା ସମୟରେ ରଘୁନାଥପୁର ତହସିଲଦାର ରୁପାଲିକା ଦାସ, ଅତିରିକ୍ତ ତହସିଲଦାର ମାନସ କୁମାର ତ୍ରିପାଠୀ, ବିଲୁଆଖାଇ କେନାଲ ସବ୍‌ଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ଦଳପତି ମଣ୍ଡଳଙ୍କ ସମେତ ରଘୁନାଥପୁର ଥାନା ପୋଲିସ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ସହକାରୀ ନିର୍ବାହୀ ଯନ୍ତ୍ରୀ ମଣ୍ଡଳଙ୍କୁ ପଚାରିବାରେ ଚୋରା ମଦ କାରବାର ଯୋଗୁ କେନାଲ ବନ୍ଧରେ ବିଭିନ୍ନ ସମୟରେ ଗଣ୍ଡଗୋଳ ହେଉଥିବା ବେଳେ ସାଧାରଣ ଲୋକଙ୍କ ଯା’ଆସ ବେଳେ ଅସୁବିଧା ହେଉଥିଲା। ତେବେ ଆଗାମୀ ଦିନରେ ଏଭଳି ପରିସ୍ଥିତି ଯେପରି ସୃଷ୍ଟି ନ ହେବ, ସେ ନେଇ ଉକ୍ତ ବେଆଇନ ଘରକୁ ଭାଙ୍ଗି ଦିଆଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri