ବେଆଇନ ଚିଙ୍ଗୁଡ଼ି ଚାଷ ଉଚ୍ଛେଦ ନିର୍ଦ୍ଦେଶ

ଛତ୍ରପୁର,୨୯ା୫(ଡି.ଏନ.ଏ.)-ଖାରି ଜଳ ଚିଙ୍ଗୁଡି ଚାଷକୁ ପ୍ରୋତ୍ସାହିତ କରିବା ପାଇଁ ଚାଷୀଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବାକୁ ପ୍ରଶିକ୍ଷଣ ଶିବିର ଆୟୋଜନ ହେବ। ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁ୍‌ଷ୍ଠିତ ବୈଠକରେ ଉପରୋକ୍ତ ନିଷ୍ପତି ହୋଇଛି। ବୈଠକରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଗଞ୍ଜାମର ଖଲ୍ଲିକୋଟ, ଗଞ୍ଜାମ, ଛତ୍ରପୁର, ରଙ୍ଗେଇଲୁଣ୍ଡା ଓ ଚିକିଟି ବ୍ଲକର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଖାରି ଜଳ ଚିଙ୍ଗୁଡିି ଚାଷ ପାଇଁ ଉପଯୁକ୍ତ। ଯେଉଁ ଜମିଗୁଡିକ ଧାନ ଚାଷ ଉପଯୋଗୀ ନୁହେଁ ସେଥିରେ ଚିଙ୍ଗୁଡି ଚାଷ କରାଯାଇପାରିବ। ଏଥିପାଇଁ ଜିଲା କୃଷି ଓ ମତ୍ସ୍ୟ ବିଭାଗ ଯୁଗ୍ମ ଭାବେ ଅନୁଧ୍ୟାନ କରି ତଥ୍ୟ ପ୍ରଦାନ କରିବେ। ଉପକୂଳର ଶହେ ମିଟର ଦୂରତ୍ୱ ପରେ ଚିଙ୍ଗୁଡି ଚାଷ ପାଇଁ ଆବେଦନକୁ ବିଚାର କରାଯିବ। ଏଥିପାଇଁ ବ୍ୟକ୍ତିଗତ ଜମି କିମ୍ବା ଲିଜ୍‌ରେ ମିଳିଥିବା ଜମିକୁ ଅନୁମତି ପ୍ରଦାନ କରାଯାଇପାରିବ। ଏହି ଦରଖାସ୍ତ ଗୁଡିକ ଉପରେ ସିଙ୍ଗଲ ଓ୍ବିଣ୍ଡୋ ମାଧ୍ୟମରେ ନିଷ୍ପତ୍ତିି ନିଆଯିବ। ନିୟମ ମୁତାବକ ଅନୁମତି ପ୍ରଦାନ କରାଯିବ ବୋଲି ଜିଲାପାଳ କହିଥିଲେ। ଯେଉଁ ଚିଙ୍ଗୁଡି ଚାଷ ପୋଖରୀ ସମୁଦ୍ର ତଟରୁ ୧୦୦ ମିଟର ପରିସର ମଧ୍ୟରେ ଥିବ ସେଗୁଡିକୁ ବନ୍ଦ କରାଯିବ। ଯେଉଁମାନେ ବିନା ଅନୁମତିରେ ଚିଙ୍ଗୁଡି ପୋଖରୀ କରିଛନ୍ତି,ସେଗୁଡିକ ଉପରେ ମସତ୍‌ୟ, ଜଙ୍ଗଲ, ରାଜସ୍ବ ଓ ପୋଲିସକୁ ନେଇ ଉଚ୍ଛେଦ କରାଯିବ। ଚିଙ୍ଗୁଡିି ଚାଷୀଙ୍କ ସଙ୍ଗଠନର କର୍ମକର୍ତ୍ତାଙ୍କ ସହ ଆବଶ୍ୟକସ୍ଥଳେ ଆଲୋଚନା ହେବ। ବେଆଇନ୍‌ ପୋଖରୀ ଗୁଡିକର ତଦନ୍ତ ପୂର୍ବକ ବିଦ୍ୟୁତ୍‌ ସଂଯୋଗ ଚ୍ଛିନ୍ନ କରିବାକୁ ସାଉଥକୋକୁ କୁହାଯିବ। କୌଣସି ବ୍ୟକ୍ତିଙ୍କୁ ଆଇନ୍‌ ବାହାରେ ଅହେତୁକ ଅନୁକମ୍ପା ପ୍ରଦର୍ଶନ କରାଯିବ ନାହିଁ ବୋଲି ଜିଲାପାଳ କହିଥିଲେ। ଜିଲାରେ ଉପତ୍ାଦିତ ଚିଙ୍ଗୁଡିକୁ ରପ୍ତାନୀ ପାଇଁ ସମ୍ପୃକ୍ତ ବିଭାଗ ସହ ସମନ୍ବୟ ରଖାଯିବ। ଉପକୂଳବର୍ତ୍ତୀ ଅଞ୍ଚଳ ତହସିଲଦାରମାନଙ୍କୁ ସମସ୍ତ ଚିଙ୍ଗୁଡିି ପୋଖରୀ ଗୁଡିକର ଅବସ୍ଥିତି ସମ୍ପର୍କରେ ତଥ୍ୟ ମଗାଯିବ। ଯେଉଁମାନେ ସରାକରୀ ଜମିରେ ବିନା ଅନୁମତିରେ ଚିଙ୍ଗୁଡି ଚାଷ କରୁଛନ୍ତି, ସେମାନଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜିଲାପାଳ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀ, ଡେପୁଟି କଲେକ୍ଟର (ରାଜସ୍ବ) ଦିବ୍ୟ ଲୋଚନ ମହନ୍ତ, ଚିକିଟି ତହସିଲଦାର ହରପ୍ରସାଦ ଭୋଇ, ମସତ୍‌ୟ ଉପନିର୍ଦ୍ଦେଶକ ଶିବ ପ୍ରସାଦ ଭୋଇ, ଜିଲା ମତ୍ସ୍ୟ ଅଧିକାରୀ ପ୍ରମୋଦ କୁମାର ରାଉତଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri