ବେଆଇନ ଦର୍ଶାଇ ବନ୍ଦ କରାଯାଇଥିଲା ଭିନ୍ନକ୍ଷମଙ୍କ ୨୨ ମାସର ଭତ୍ତା କୋର୍ଟଙ୍କ ନିର୍ଦ୍ଦେଶ ପରେ ଦେଲା ବ୍ଲକ ପ୍ରଶାସନ

ଏରସମା,୨୧ା୧(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ଭିତର ଅନ୍ଧାରୀ ପଞ୍ଚାୟତସ୍ଥିତ ଜାମୁକଣ ଗ୍ରାମର ଭିନ୍ନକ୍ଷମ ଲକ୍ଷ୍ମୀଧର ମହାପାତ୍ର ୨୨ମାସ ଧରି ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଥିଲେ। ଫଳରେ ଏ ନେଇ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ଏହା ଜାଣିବା ପରେ ତୁରନ୍ତ ତାଙ୍କୁ ସମ୍ପୂର୍ଣ୍ଣ ଭତ୍ତା ପ୍ରଦାନ କରିବାକୁ ବ୍ଲକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶପରେ ସୋମବାର ତାଙ୍କୁ ୨୨ମାସର ଭତ୍ତା ପ୍ରଦାନ କରାଯାଇଛି। ବ୍ଲକ ପ୍ରଶାସନ ପକ୍ଷରୁ ଭିଏଲଡବ୍ଲ୍ୟୁ ନିହାର ରଞ୍ଜନ ଜେନା ଲକ୍ଷ୍ମୀଧରଙ୍କ ନିକଟକୁ ଯାଇ ସମସ୍ତ ଭତ୍ତା ଟଙ୍କା ପ୍ରଦାନ କରିଛନ୍ତି। ଲକ୍ଷ୍ମୀଧର ଭିନ୍ନକ୍ଷମ ପ୍ରମାଣପତ୍ର ଦେଇ ଭତ୍ତା ପାଉଥିଲେ। ମାତ୍ର ତାହାକୁ ବେଆଇନ ଦର୍ଶାଇ ୨୦୧୭ରେ ବନ୍ଦ କରାଯାଇଥିଲା। କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏହି କାର୍ଯ୍ୟ କରିଥିଲେ। ପରେ ଲକ୍ଷ୍ମୀଧର ବ୍ଲକ, ଜିଲା ପ୍ରଶାସନ ଓ ଲୋକ ପ୍ରତିନିଧିଙ୍କୁ ଭେଟି ଏ ସମ୍ପର୍କରେ ଜଣାଇଥିଲେ ମଧ୍ୟ କେହି ତାଙ୍କ କଥାକୁ କର୍ଣ୍ଣପାତ କରି ନ ଥିଲେ। ବାଧ୍ୟ ହୋଇ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ଏହାକୁ ବିଚାର କରି ସମସ୍ତ ଭତ୍ତା ଓ ଲକ୍ଷ୍ମୀଧର କୋର୍ଟରେ ଖର୍ଚ୍ଚ କରିଥିବା ଅର୍ଥ ବ୍ଲକ ପ୍ରଶାସନ ଦେବେ ବୋଲି ନିର୍ଦ୍ଦେଶ ଦେଇଥିଲେ। ଏସମ୍ପର୍କରେ ସମ୍ପୃକ୍ତ ଭିଏଲଡବ୍ଲ୍ୟୁ ଜେନାଙ୍କୁ ପଚାରିବାରୁ ସେ କହିଛନ୍ତି, ଲକ୍ଷ୍ମୀଧରଙ୍କ ଭତ୍ତା କ’ଣ ବନ୍ଦ ହୋଇଥିଲା ତାହା ମୋତେ ଜଣାନାହିଁ। ସେତେବେଳେ ମୁଁ ଦାୟିତ୍ୱରେ ନ ଥିଲି। ଏବେ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କର ସମସ୍ତ ଭତ୍ତା ଟଙ୍କା ବାବାଦକୁ ୧୦,୯୦୦ଟଙ୍କା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri