ବେଆଇନ ନିଯୁକ୍ତି ଘଟଣା: ଲ୍ୟାମ୍ପ୍ସ ସଭାପତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର,୧୧।୧(ସ୍ବ.ପ୍ର.) : ଓଡ଼ିଶା ସମବାୟ ସମିତିର ନୀତିନିୟମକୁ ବେଖାତିର କରି ବେଆଇନ ଭାବେ ପରିଚାଳନା ନିର୍ଦ୍ଦେଶକ ପଦବୀରେ ଜଣଙ୍କୁ ନିଯୁକ୍ତି ଦେବା ଓ ଏନେଇ ବାରମ୍ବାର ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ କୁହାଯାଇଥିଲେ ହେଁ ଆଦେଶକୁ ଅବମାନନା କରିବା ଅଭିଯୋଗରେ ପଳାଶପଙ୍ଗା ଲ୍ୟାମ୍ପ୍ସ ସଭାପତି ପ୍ରେମାନନ୍ଦ ସିଂଙ୍କୁ ଡେପୁଟି ରେଜିଷ୍ଟ୍ରାର, କେନ୍ଦୁଝର ଡିଭିଜନ, ଓଡ଼ିଶା ସମବାୟ ସମିତି ଆଇନ ୧୯୬୨ ଧାରା ୩୨(୫)(୮) ଅନୁଯାୟୀ, ତିନି ବର୍ଷ ପାଇଁ କମିଟି ସଦସ୍ୟରୁ ହଟାଇ ଦିଆଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହା ଚିଠି ନମ୍ବର ୧୪୨୯ / ତା.୧୯ା୧୨ା୨୦୧୯ରୁ ଜଣାଯାଇଛି। ଗାଇଡ୍‌ଲାଇନ ଅନୁଯାୟୀ, ପୁନର୍ବାର ନିଯୁକ୍ତି କରିବାକୁ ଚିଠି ନମ୍ବର ୧୦୬୪/୧୧ା୧୦ା୨୦୧୯ରେ କୁହାଯାଇଥିଲେ ହେଁ ସେ ପାଳନ ନ କରିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡ଼ିଛି।ଏନେଇ କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କ ଲିଃ ସଭାପତି କାନନ ବିହାରୀ ପହି କହିଛନ୍ତି, ସମବାୟ ବିଭାଗର ନୀତିନିୟମକୁ ଖିଲାପ କରି ନିଯୁକ୍ତି ଦେଇଥିବାରୁ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର…

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri