ବେଆଇନ ପଥର ଖାଦାନରେ ଚଢ଼ାଉ: ଟ୍ରାକ୍ଟର, କଟର ମେଶିନ ଜବତ

ଢେଙ୍କାନାଳ ଅଫିସ, ୧ା୬- ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ମାଣିପୁର ପଞ୍ଚାୟତ ଅଞ୍ଚଳରେ ଥିବା ବେଆଇନ ପଥର ଖାଦାନରେ ସୋମବାର ପ୍ରଶାସନ ପକ୍ଷରୁ ଚଢାଉ କରାଯାଇଥିଲା। ଏଥିରେ ଖାଦାନରୁ ଚୋରାଚାଲାଣ କରୁଥିବା ପଥର ବୋଝେଇ ଏକ ଟ୍ରାକ୍ଟର ସହ କଟର ମେଶିନକୁ ଜବତ କରାଯାଇଥିଲା ା ସକାଳ ପ୍ରାୟ ସାଢେ ୯ଟାରେ ଅତର୍କିତ ଚଢ଼ାଉ କରାଯାଇଥିବାବେଳେ ପଥର ମାଫିଆମାନେ ଫେରାର ହୋଇଯାଇଥିଲେ। ସଦର ତହସିଲଦାର ଲକ୍ଷ୍ମୀଧର ରାଉତଙ୍କ ନେତୃତ୍ୱରେ ମାଣିପୁର ଆରଆଇ ପୁଷ୍ପିତା ମଧୁମତି ଦେହୁରୀ, ଏଆର୍‌ଆଇ ମମତା ରାଉତ, କାଙ୍କଡପାଳ ଆରଆଇ ସୁକାନ୍ତ ସାହୁ, ସଦର ଏଆରଆଇ ସୁବ୍ରତ ସାହୁ ପ୍ରମୁଖ ପୋଲିସ ଫୋର୍ସ ଚଢ଼ାଉରେ ସାମିଲ ଥିଲେ।
ଫଟୋ- ୪- ଜବତ କଟର ମେଶିନ।


Enter your email to get our daily news in your inbox.

All Right Reserved By Dharitri.Com

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri