ବେଆଇନ ପଥର ବ୍ଲାଷ୍ଟିଂ: ଭାଙ୍ଗିଲା ଘରର ଆଜ୍‌ବେଷ୍ଟସ

ଦାରିଙ୍ଗବାଡ଼ି,୧୧।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା କାର୍ଯ୍ୟ ଚାଲିଛି। ତେବେ ରାସ୍ତା ସଂପ୍ରସାରଣ ବେଳେ ବେଆଇନ ଭାବେ ପଥର ବ୍ଲାଷ୍ଟିଂ କରାଯାଉଛି। ଗ୍ରାମର ପୀତାମ୍ବର ମଲିକଙ୍କ ଘର ଛପର ଉପରେ ପଥର ପଡ଼ି ଆଜବେଷ୍ଟସ ଭାଙ୍ଗି ଯାଇଥିବା କହିଛନ୍ତି । ସେହିପରି ବ୍ଲାଷ୍ଟିଂ ଶଦ୍ଦ ଏତେ ଅଧିକ ଥିଲା ଯେ ଏକାଧିକ ଲୋକଙ୍କ ଘରେ ଫାଟ ସୃଷ୍ଟି ହେବା ସହ ବହୁ ଦୂର ପର୍ଯ୍ୟନ୍ତ ପଥର ଚାଷଜମିରେ ପଡ଼ିଛି। ଫଳରେ ଲୋକେ ଏବେ ସେହି ରାସ୍ତାରେ ଯାତାୟାତ ପାଇଁ ଭୟ କରୁଛନ୍ତି। ଲୋକଙ୍କୁ ପଥର ବ୍ଲାଷ୍ଟିଂ ସମ୍ବନ୍ଧୀୟ କୌଣସି ଆଗୁଆ ସୂଚନା ଦିଆଯାଉ ନ ଥିବା ବେଳେ ଠିକା କମ୍ପାନୀ ନିଜ ଇଚ୍ଛା ଅନୁସାରେ କରୁଥିବାରୁ ଜନ ଅସନ୍ତୋଷ ପ୍ରକାଶ ପାଇଛି। ଉକ୍ତ ରାସ୍ତାରେ ଏକାଧିକ ଥର ବ୍ଲାଷ୍ଟିଂ କରାଯାଇଥିବା ବେଳେ ଏନେଇ ପୋଲିସ ନିକଟରେ କୌଣସି ସୂଚନା ନ ଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଆଇଆଇସି କୌଶିକ ମାଝି ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି କହିଛନ୍ତି।
ସୂଚନାଯୋଗ୍ୟ, ଉକ୍ତ ରାସ୍ତାର କନ୍ଦୁବାଡ଼ିଠାରୁ ସିକନବାଡ଼ି ୩କିମିକୁ ୧କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବିନିମୟରେ ସଂପ୍ରସାରଣ କରାଯାଉଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ନିମୁରାମ ଟୁଡୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri