ବେଆଇନ ପାଥୋଲାବ୍‌ରେ ଚଢ଼ାଉ: ୭ ଦିନ ମଧ୍ୟରେ କାଗଜପତ୍ର ଦାଖଲ କରିବାକୁ ନିର୍ଦ୍ଦେଶ

ବାଲେଶ୍ୱର ଅଫିସ,୨୭।୨: ଜିଲାପାଳଙ୍କ ନିର୍ଦ୍ଦେଶରେ ଗଠିତ ସ୍ବତନ୍ତ୍ର ଟିମ୍‌ ପକ୍ଷରୁ ଗୁରୁବାର ବିଭିନ୍ନ ପାଥୋଲାବ୍‌ରେ ଚଢ଼ାଉ କରାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖ ଶ୍ରୀଗଣେଶ, ପ୍ରଶାନ୍ତି, ବନଦୁର୍ଗା, ଗାୟତ୍ରୀ, ନିୟୁ ଲାଇଫ୍‌, ବିଜୟା ଆଦି ୨୦ରୁ ଊର୍ଦ୍ଧ୍ୱ ପାଥୋଲାବ୍‌ରେ ଚଢ଼ାଉ କରାଯାଇ କାଗଜପତ୍ର ଯାଞ୍ଚ କରାଯାଇଛି। ଟିମ୍‌ରେ ଡେପୁଟି କଲେକ୍ଟର ଅରୁଣା ତ୍ରିପାଠୀ, କ୍ରାଇମ୍‌ ଡିଏସ୍‌ପି ଉମେଶ ପଣ୍ଡା, ଏଡିଏମ୍‌ଓ ମୋତିଲାଲ ଦୁଲାଳସେନ ଜଗଦେବ, ହସ୍ପିଟାଲର ବରିଷ୍ଠ କିରାଣି ଜୀବନ ଦାସ ପ୍ରମୁଖ ସାମିଲ ଥିଲେ। ବିନା ଆନୁସଙ୍ଗିକ ଭିତ୍ତିଭୂମି ସମ୍ପର୍କରେ ଅନୁଧ୍ୟାନ କରାଯାଇ କାଗଜପତ୍ର ନିମନ୍ତେ ୭ ଦିନିଆ ସମୟ ଦିଆଯାଇଛି। ଆଇନତଃ ପାଥୋଲାବ୍‌ ନିମନ୍ତେ ରେଜିଷ୍ଟ୍ରେଶନ ସହ ସମସ୍ତ କାଗଜାତ ସରକାରୀସ୍ତରରେ ହାସଲ କରିବାକୁ ପାଥୋଲାବ୍‌ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ନଚେତ୍‌ ପାଥୋଲାବ୍‌ ସିଲ୍‌ କରାଯିବ ବୋଲି ମୌଖିକ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri