ବେଆଇନ ବାଣ କାରଖାନା ଠାବ : ୧୦ହଜାର ଟଙ୍କାର ସାମଗ୍ରୀ ଜବତ, ଜେଲ୍‌ ଗଲେ ଅଭିଯୁକ୍ତ

ରୂପ୍‌ସା,୧୩।୧୦(ଡି.ଏନ.ଏ.)-ବେଆଇନ ଭାବେ ବାଣ ନିର୍ମାଣ ଓ ବିକ୍ରି ଉପରେ କଟକଣା ଲାଗୁ ହେବା ପରେ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଜିଲାର ବିଭିନ୍ନ ସ୍ଥାନରେ ବାଣ ବିସ୍ଫୋରଣ ଘଟି ଧନଜୀବନ ନଷ୍ଟ ହେବା ପରେ ଏବେ ପୋଲିସ ବିଭାଗର ଚେତା ପଶିଛି। ୧୦ଦିନ ମଧ୍ୟରେ ବାଲେଶ୍ୱର ଜିଲାର ବିଭିନ୍ନ ବ୍ଲକରେ ବେଆଇନ ଭାବେ ଚାଲିଥିବା ଚୋରା ବାଣ କାରଖାନାରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ସାମଗ୍ରୀ ଜବତ କରାଯାଇଛି। ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଥିଲେ ମଧ୍ୟ ବ୍ୟବସାୟୀମାନେ ଦି ପଇସା ଲାଭ ପାଇବା ଆଶାରେ ପ୍ରଶାସନକୁ ଚ୍ୟାଲେଞ୍ଜ କରି ବ୍ୟବସାୟ ଚଳାଇ ଆସୁଛନ୍ତି।
ଜିଲା ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର କୁମାରଙ୍କ ନିର୍ଦ୍ଦେଶକ୍ରମେ ରୂପ୍‌ସା ଥାନା ହୀରାପୁର ଗ୍ରାମରେ ଥାନାଧିକାରୀ ସୁଚନ୍ଦ୍ର ମହାଳିକ ରବିବାର ସଦଳବଳ ଚଢ଼ାଉ କରି ଏକ ବେଆଇନ ବାଣ କାରଖାନା ଠାବ କରିଛନ୍ତି। ଅଭିଯୁକ୍ତ ରବୀନ୍ଦ୍ର କୁମାର ସାହୁଙ୍କୁ ଗିରଫ କରିବା ସହ ତାଙ୍କ ଘରୁ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ଜବତ ୧ କେଜି କଳା ବାରୁଦ, ୨କେଜି ହଳଦିଆ ବାରୁଦ, ୫ଶହ ପିସ୍‌ ସୁତୁଲି, ବିଭିନ୍ନ କିସମର ନିର୍ମାଣ ହୋଇଥିବା ହ୍ୟାଣ୍ଡବମ୍‌, ୩ଶହଟି ଫାଙ୍କା ଖୋଳର ମୂଲ୍ୟ ୧୦ହଜାର ଟଙ୍କା ହେବ ବୋଲି ପୋଲିସ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି। ଦୀର୍ଘବର୍ଷ ଧରି ରବୀନ୍ଦ୍ର ବିନା ଲାଇସେନ୍ସରେ ଘରେ ବେଆଇନ ଭାବେ ବାଣ ପ୍ରସ୍ତୁତ କରି ବିଭିନ୍ନ ଅଞ୍ଚଳକୁ ଚୋରା ଚାଲାଣ କରୁଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି ବୋଲି ଥାନାଧିକାରୀ ମହାଳିକ କହିଛନ୍ତି। ଏ ସଂକ୍ରାନ୍ତରେ ଥାନାରେ ଏକ ମାମଲା (ନଂ. ୭୭/୧୯) ରୁଜୁ ହୋଇଛି। ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାକୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri