ବେଆଇନ ବାଲି ଚାଲାଣ ଅଭିଯୋଗ, ୭ ଗିରଫ: ୬ ଗାଡି, ମ୍ୟାଜିକ୍‌ ପେନ୍‌ ସହ ରସିଦ ବହି ଜବତ

ଆସିକା,୧୬ା୧୨ (ଡି.ଏନ୍‌.ଏ.)-ଆସିକା ଏନ୍‌ଏସି ସୁନାମ୍ବ ସାହି ଋଷିକୂଲ୍ୟା ନଦୀ ବାଲିଘାଟରୁ ବେଆଇନଭାବେ ବାଲି ଚୋରା ଚାଲାଣ କରୁଥିବା ଅଭିଯୋଗରେ ଶନିବାର ରାତିରେ ପୋଲିସ ୭ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆସିକା ପାକଲାପଲ୍ଲୀର କୈଳାସ ପ୍ରଧାନ, ବରଗାଁର ଜୟ କୁମାର ଦାସ, ବୁଗୁଡା ଅନ୍ତରପଡାର ରଙ୍କନିଧି ଗୌଡ, ବୁଢାମ୍ବ ଗ୍ରାମର ଧ୍ରୁବ ମହାରଣା, ଆସିକା ଗଣ୍ଡପଲ୍ଲୀର ସୟ ଦାସ, ଭୋଗଡା ଖଦାଳ ସାହିର ଧ୍ରୁବ ନାଇକ ଓ ନନ୍ଦିଘର ଗ୍ରାମର ଜନାର୍ଦ୍ଦନ ପ୍ରଧାନ। ଅଭିଯୁକ୍ତଙ୍କ ନିକଟରୁ ପୋଲିସ ୨ଟି ହାଇୱା, ୨ଟି ଟ୍ରାକ୍ଟର, ଗୋଟିଏ ମିନିଟ୍ରକ୍‌, ଗୋଟିଏ ଜେସିବି ଏଭଳି ମୋଟି ୬ଟି ଗାଡି ସହ ସରକାରଙ୍କ ଦ୍ୱାରା ଯୋଗାଇ ଦିଆଯାଇଥିବା ୩ଟି ଟ୍ରାଞ୍ଜିଟ୍‌ ପାସ୍‌ ବହି, ୩ଟି ଡ୍ରାଇଭିଂ ଲାଇସେନ୍ସ ଓ ଦୁଇଟି ମ୍ୟାଜିକ୍‌ ପେନ୍‌ ଜବତ କରିଛି। ରବିବାର ମଧ୍ୟାହ୍ନରେ ଆସିକା ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଏହି ସୂଚନା ଦେଇଛନ୍ତି। ତେବେ ଏହି ବାଲି ଘାଟର ପ୍ରକୃତ ଗୁତାଦାର ଫେରାର ଥିବାରୁ ତାଙ୍କୁ ଗିରଫ ଲାଗି ପୋଲିସ ଉଦ୍ୟମ ଚଳାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି। ସରକାରଙ୍କ ଦ୍ୱାରା ବାଲିଘାଟ ଗୁତାଦାରଙ୍କୁ ଯୋଗାଇ ଦିଆଯାଇଥିବା ୱାଇ ଫର୍ମକୁ ଅଭିଯୁକ୍ତମାନେ ମ୍ୟାଜିକ୍‌ ପେନ ଦ୍ୱାରା ଲେଖୁଥିଲେ ଏବଂ ଏହି ପେନର ଲେଖା ସବୁ ସାମାନ୍ୟ ଗରମରେ ଲିଭିଯାଇଥିବାରୁ ସେହି ପୁରୁଣା ରସିଦରେ ପୁଣି ନୂତନ ତାରିଖରେ ନୂତନ ନାମ ଦେଇ ଜାଲିଆତି କରି ରସିଦ ବ୍ୟବହାର କରାଯାଉଥିବା ପୋଲିସ ତଦନ୍ତରୁ ଜାଣିପାରିଛି। ଏହାଛଡା ନଦୀର ଏକ ନିର୍ଦ୍ଧାରିତ ସ୍ଥାନରୁ ବାଲି ଉଠାଣ ଲାଗି ରାଜସ୍ବ ବିଭାଗ ପକ୍ଷରୁ ଅନୁମତି ଦିଆଯାଇଥିବାବେଳେ ଗୁତାଦାର ଅଧିକ ଜାଗାର ବାଲି ଉଠାଇ ଚାଲାଣ କରୁଥିବା ତଦନ୍ତବେଳେ ପୋଲିସ ଜାଣିପାରିଛି। ଏ ସମ୍ପର୍କରେ ସ୍ଥାନୀୟ ତହସିଲଦାରଙ୍କ ସହ ଯୋଗାଯୋଗ କରି ପରବର୍ତ୍ତି ପଦକ୍ଷେପ ନିଆଯିବ ବୋଲି ଥାନା ଅଧିକାରୀ ସାହୁ ସୂଚନା ଦେଇଛନ୍ତି। ଏନେଇ ଆସିକା ଥାନାରେ ନଂ.୪୮୦/୧୯ରେ ଏକ ମାମଲା ରୁଜୁ କରାଯାଇ ଗିରଫ ଅଭିଯୁକ୍ତଙ୍କୁ ରବିବାର ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri