‘ବେଆଇନ ବାଲିଚାଲାଣ ଉପରେ ଲଗାମ ଲଗାଯିବ’

ଜଳେଶ୍ୱର, ୧୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲାର ନୂତନ ଜିଲାପାଳ ଭାବେ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଦାୟିତ୍ୱ ନେବା ପରେ ଗୁରୁବାର ପୂର୍ବାହ୍ନରେ ଜଳେଶ୍ୱର ତହସିଲ ପରିସରରେ ଅଚାନକ ପହଞ୍ଚିଥିଲେ। ତହସିଲଦାର ଅଭିମନ୍ୟୁ ପଣ୍ଡା ଉପସ୍ଥିତ ଥିଲେ ମଧ୍ୟ କାର୍ଯ୍ୟାଳୟରେ କେତେକ କର୍ମଚାରୀ ଅନୁପସ୍ଥିତ ଥିଲେ। ଜିଲାପାଳ ପହଞ୍ଚିବାର ୨ ଘଣ୍ଟା ପୂର୍ବରୁ ତହସିଲଦାର ନିଜ ଅଧସ୍ତନ କର୍ମଚାରୀଙ୍କୁ ନେଇ ୬ଟି ବେଆଇନ୍‌ ବାଲି ଓ ପଥର ବୋଝେଇ ଡମ୍ପର ଜବତ କରି ତହସିଲ ପରିସରରେ ରଖିଥିଲେ। ଯାହାକୁ ନେଇ ଜିଲାପାଳ ଉକ୍ତ ବେଆଇନ ବାଲି ଓ ପଥର ଚାଲାଣ ଉପରେ ତହସିଲଦାରଙ୍କୁ ପଚାରି ବୁଝିଥିଲେ। ଜିଲାପାଳ ନିଜ ସହିତ ଏଡିଏମ୍‌ ସମ୍ବିତ୍‌ କୁମାର ନାୟକ, ଉପଜିଲାପାଳ ନିଲୁ ମହାପାତ୍ର, ଅତିରିକ୍ତ ଉପଜିଲାପାଳ ସରୋଜ ସାମଲ, ତହସିଲଦାର ଓ ଅନ୍ୟ କର୍ମଚାରୀଙ୍କୁ ସାଙ୍ଗରେ ନେଇ ସୁବର୍ଣ୍ଣରେଖା ନଦୀର ପଶ୍ଚିମବଙ୍ଗ ସୀମାକୁ ଲାଗିଥିବା ରାଇବଣିଆ ଥାନା ଅଞ୍ଚଳର ବିଳାସପୁର, ରାଜନଗର, ମାକିଡ଼ିଆ, ତୁଟାପଡ଼ା, ବେହେରାସାହି ଆଦି ବାଲି ସୈରାତଗୁଡ଼ିକ ପରିଦର୍ଶନ କରିଥିଲେ। ଦୀର୍ଘଦିନ ଧରି ପଶ୍ଚିମବଙ୍ଗ ରାଜ୍ୟ ସହିତ ଲାଗି ରହିଥିବା ନଦୀର ସୀମାବିବାଦକୁ ନେଇ ଜିଲାପାଳ ତହସିଲଦାରଙ୍କଠାରୁ ପୁଙ୍ଖାନୁପୁଙ୍ଖ ଭାବେ ବୁଝିଥିଲେ। ଉକ୍ତ ସୀମା ବିବାଦକୁ ନେଇ ଶୁକ୍ରବାର ପଶ୍ଚିମବଙ୍ଗ ରାଜ୍ୟ ପଶ୍ଚିମ ମେଦିନୀପୁର ଜିଲା ସଦର ମହକୁମାଠାରେ ଉଭୟ ରାଜ୍ୟର ଉଚ୍ଚପଦସ୍ଥ ପ୍ରଶାସନିକ ଅଧିକାରୀଙ୍କ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଥିବାରୁ ଜିଲାପାଳ ଏଥିପ୍ରତି ବିଶେଷ ଗୁରୁତ୍ୱ ଦେଉଥିବା ଦେଖାଯାଇଥିଲା। ଜିଲାପାଳଙ୍କ ଅଚାନକ ଗସ୍ତକୁ ନେଇ ତହସିଲ, ବ୍ଲକ ଓ ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ ଏକପ୍ରକାର କୋକୁଆ ଭୟ ଦେଖିବାକୁ ମିଳିଥିଲା। ଏପରିକି ପୋଲିସ ଅଧିକାରୀ ତଥା କର୍ମଚାରୀ ମଧ୍ୟ ଆଲର୍ଟ ଥିବା ଦେଖାଯାଇଥିଲା। ବେଆଇନ ବାଲି ଚାଲାଣ, ଉତ୍ତୋଳନ ଓ ଠୁଳ କରି ରଖିବା ଉପରେ ଲଗାମ ଲଗାଯିବ ବୋଲି ଜିଲାପାଳ କେ.ସୁଦର୍ଶନ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri