ବେଆଇନ ବିଲ୍‌ ଆଦାୟ ବିରୋଧରେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ,୨୮।୫- ବାଲେଶ୍ୱର ଜିଲାର ବିଦ୍ୟୁତ୍‌ ସରବରାହ ପରିଚାଳନା ଦାୟିତ୍ୱରେ ଥିବା ନେସ୍କୋ ବିଦ୍ୟୁତ୍‌ ବିତରଣ ସଂସ୍ଥା ଉପଭୋକ୍ତାଙ୍କ ଠାରୁ ବିଦ୍ୟୁତ୍‌ ଶକ୍ତି ବ୍ୟବହାର ବାବଦରେ ଶୁଳ୍କ ବ୍ୟତୀତ ବିଭିନ୍ନ ଆଳରେ ଆଦାୟ କରି ଉପଭୋକ୍ତାମାନଙ୍କୁ ଦୀର୍ଘଦିନ ଧରି ଠକି ଆସିବାର ଅଭିଯୋଗ କରି ବୁଧବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ୱର ସିଭିଲ୍‌ ସୋସାଇଟି ତରଫରୁ ଲିଖିତ ଅଭିଯୋଗ କରାଯାଇଛି। ଆସନ୍ତା ୧୫ଦିନ ମଧ୍ୟରେ ଏହାର ସମାଧାନ କରା ନ ଗଲେ ଏହାକୁ ଜନଆନ୍ଦୋଳନରେ ପରିଣତ କରାଯିବ ବୋଲି ଅଭିଯୋଗକାରୀମାନେ ଚେତାବନୀ ଦେଇଛନ୍ତି। ଅନ୍ୟପକ୍ଷରେ ତ୍ରୁଟିପୂର୍ଣ୍ଣ ବିଦ୍ୟୁତ୍‌ ବିଲ୍‌, ଅଧିକ ମିଟର ଭଡ଼ା, ଅଘୋଷିତ ବିଜୁଳିକାଟ୍‌, ନିମ୍ନମାନର ବିଦ୍ୟୁତ୍‌ ଶକ୍ତି ଯୋଗାଣ ଓ ଦୀର୍ଘବର୍ଷ ଧରି ବିପଦସଙ୍କୁଳ ଅବସ୍ଥାରେ ଥିବା ବିଦ୍ୟୁତ୍‌ ତାର, ଖୁଣ୍ଟ ଏବଂ ଟ୍ରାନ୍ସଫର୍ମର ମରାମତି କିମ୍ବା ପରିବର୍ତ୍ତନ ନ କରିବା ଭଳି ଅଭିଯୋଗ କରାଯାଇଛି। ଏଥିସହିତ ପ୍ରତିମାସର ନିର୍ଦ୍ଦିଷ୍ଟ ତାରିଖ ମଧ୍ୟରେ ମିଟର ରିଡିଂ ନେଇ ସରଳ ଓଡ଼ିଆଭାଷାରେ ବିଲ୍‌ ପ୍ରଦାନ ଓ ବିଲ୍‌ ପଇଠ ପାଇଁ ସର୍ବନିମ୍ନ ୧୫ଦିନ ସମୟ ପ୍ରଦାନ କରିବା, ବିଦ୍ୟୁତ୍‌ ମିଟର କିଣିଥିବା ଗ୍ରାହକମାନଙ୍କଠାରୁ ଆଦାୟ କରାଯାଇଥିବା ମିଟର ରେଣ୍ଟ ଫେରସ୍ତ କରିବା, କରୋନା ଓ ଅମ୍ଫନ୍‌ ଭଳି ପ୍ରାକୃତିକ ବିପତ୍ତି ବେଳେ ଗତ ମାର୍ଚ୍ଚ, ଏପ୍ରିଲ୍‌ ଓ ମେ’ ମାସର ବିଦ୍ୟୁତ୍‌ ଶୁଳ୍କ ଘରୋଇ ଉପଭୋକ୍ତାମାନଙ୍କୁ ଛାଡ଼ କରିବା ଭଳି ଦାବି କରିଛନ୍ତି। ଜିଲାପାଳଙ୍କୁ ସାକ୍ଷାତ୍‌ କରି ଦାବିପତ୍ର ପ୍ରଦାନ ସମୟରେ ସୋସାଇଟିର ସଭାପତି ଅନ୍ତର୍ଯ୍ୟାମୀ ପ୍ରଧାନ, ସମ୍ପାଦକ ମନୋଜ ନାୟକଙ୍କ ସମେତ ଗୌରାଙ୍ଗ ପାଣିଗ୍ରାହୀ, ସାହିରୁଲ୍‌ ହକ୍‌, ଅଭୟ ଦାସ, ପରମାନନ୍ଦ ପଣ୍ଡା, ଜୟନ୍ତ ଦାସ, ବାସନ୍ତୀ ସାମଲ, ରତିକାନ୍ତ ପାତ୍ର, ନମିତା ସାହୁ, ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri