ବେଆଇନ ଭାବେ ଗୋରୁ ହସ୍ତାନ୍ତର ଘଟଣା: ରାଜରାସ୍ତାକୁ ଓହ୍ଲାଇବ ବଜରଙ୍ଗ ଦଳ

ଜଳେଶ୍ୱର, ୨୦।୭(ଡି.ଏନ.ଏ.)-ବେଆଇନ ଗୋରୁ ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌କୁ ସୋମବାର ବିଳମ୍ବିତ ରାତିରେ ଜଳେଶ୍ୱରସ୍ଥିତ ବଜରଙ୍ଗ ଦଳର କର୍ମକର୍ତ୍ତା ଓ ଜନସାଧାରଣ ଅଟକାଇ ଜଳେଶ୍ୱର ପୋଲିସକୁ ହସ୍ତାନ୍ତର କରିଥିଲେ। ପୋଲିସ ଉକ୍ତ ପିକ୍‌ଅପ୍‌ରେ ଅତି ଦୟନୀୟ ଅବସ୍ଥାରେ ଥିବା ୨୪ଟି ଗୋରୁ ଉଦ୍ଧାର କରି ସହରର ଶାନ୍ତିଆସ୍ଥିତ ଷ୍ଟାଡ଼ିୟମ ପରିସରରେ ସ୍ଥାନୀୟ ଗ୍ରାମବାସୀଙ୍କ ସହଯୋଗରେ ରଖିଥିଲେ। ଏହି ଘଟଣାକୁ ନେଇ ପୋଲିସ ଏକ ମାମଲା (ନଂ.୧୬୩/୧୯) ରୁଜୁ କରିଥିଲା। ଗୁରୁବାର ପୋଲିସ ଉକ୍ତ ଗୋରୁଙ୍କୁ ବିନା କୋର୍ଟ ଆଦେଶରେ ତରବରିଆ ଭାବେ ସ୍ଥାନୀୟ ଗ୍ରାମବାସୀଙ୍କ ଅଜାଣତରେ ଗୋଶାଳାକୁ ନ ପଠାଇ ଶାନ୍ତିଆ, ମହମ୍ମଦନଗର ପାଟଣା, ଗୋବରଘାଟା, ଗୋପ, ସାହାଡ଼ାପଡ଼ା ଆଦି ଗ୍ରାମର ଲୋକମାନଙ୍କୁ ହସ୍ତାନ୍ତର କରିଥିଲା। ଯାହାକୁ ନେଇ ଶୁକ୍ରବାର ଅପରାହ୍ନରେ ଜଳେଶ୍ୱର ବଜରଙ୍ଗ ଦଳ ତରଫରୁ ଏକ ଖବରଦାତା ସମ୍ମିଳନୀ ଷ୍ଟେଶନବଜାରସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ ହୋଇଥିଲା। ସମ୍ମିଳନୀରେ ବଜରଙ୍ଗ ଦଳର ଜଳେଶ୍ୱର ସଂଯୋଜକ ପବନ କୁମାର ସାହୁ, ସଦସ୍ୟ କାଳିଚରଣ ରାଜ, ତାପସ କର୍ମକାର, ସପନ କର୍ମକାର, ଅଞ୍ଜନ ଦାସ, ସତ୍ୟବ୍ରତ ପଣ୍ଡା, ଜୟଶଙ୍କର ବେହେରା ଓ ଅନ୍ୟ କର୍ମକର୍ତ୍ତା ପୋଲିସ ସନ୍ଦେହଜନକ କାର୍ଯ୍ୟଶୈଳୀ ଉପରେ ଘୋର ଆପତ୍ତି ଉଠାଇଛନ୍ତି। ଜଳେଶ୍ୱର ପୋଲିସ ଗୋରୁ ମାଫିଆଙ୍କ ସହିତ ଭାଗବଣ୍ଟା କରି ଚାଷୀ ଭାବେ କେତେକ ଗୋଚାଲାଣକାରୀଙ୍କୁ ଚଞ୍ଚକତାପୂର୍ଣ୍ଣ ଭାବେ ଉକ୍ତ ଗୋରୁକୁ ହସ୍ତାନ୍ତର କରିଛନ୍ତି ବୋଲି ଅଭିଯୋଗ ଉଠାଇଛନ୍ତି। ଉଦ୍ଧାର କରାଯାଇଥିବା ଗୋରୁକୁ ଗୋଶାଳାକୁ ପଠାଇବାର ବନ୍ଦୋବସ୍ତ ନ କଲେ ବଜରଙ୍ଗ ଦଳ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଗୁରୁବାର ଉକ୍ତ ଗୋରୁଗୁଡ଼ିକୁ ବେଆଇନ ଭାବେ ହସ୍ତାନ୍ତରକୁ ନେଇ ଶାନ୍ତିଆ ଗ୍ରାମର ଶତାଧିକ ମହିଳା ଜଳେଶ୍ୱର ପୋଲିସର ଅଧିକାରୀ ଓ କର୍ମଚାରୀଙ୍କୁ ଘଣ୍ଟାଧିକାଳ ଅଟକ ରଖି ଗୋରୁଗୁଡ଼ିକୁ ଫେରାଇ ଆଣିବା ପାଇଁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri