ବେଆଇନ ମାଂସ ଦୋକାନ ହଟାଇବାକୁ ‘ଫିଆପୋ’ର ପ୍ରୟାସ

ଭୁବନେଶ୍ୱର, ୩।୧୧(ବ୍ୟୁରୋ) ଛତୁ ଫୁଟିଲା ଭଳି ରାଜଧାନୀର ରାସ୍ତା କଡ଼ରେ ମାଂସ ଦୋକାନ ଖୋଲୁଛି। ପ୍ରଥମତଃ ଏହା ବେଆଇନ ଅଟେ। ଦ୍ୱିତୀୟରେ ଏହା ଏକ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରିବା ସହ ସ୍କୁଲକୁ ଯାଉଥିବା ପିଲାଙ୍କ ମନରେ ଏକ ନକାରାତ୍ମକ ଚିନ୍ତାଧାରା ସୃଷ୍ଟି କରୁଛି। ତେବେ ବାରମ୍ବାର ଏହାକୁ ଲୋକଲୋଚନକୁ ଅଣାଗଲେ ମଧ୍ୟ କୌଣସି ସ୍ଥାୟୀ ସମାଧାନ ବାହାରି ପାରୁନାହିଁ। ବିଏମ୍‌ସି ପକ୍ଷରୁ ବେଳେ ବେଳେ ଚଢ଼ାଉ କରାଯାଉଛି। କିନ୍ତୁ ପରେ ପୁଣି ସମାନ ପରିସ୍ଥିତି ଦେଖିବାକୁ ମିଳୁଛି। ତେଣୁ ଏହାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି ଫେଡେରେଶନ ଅଫ୍‌ ଇଣ୍ଡିଆନ ଆନିମଲ ପ୍ରୋଟେକ୍ସନ ଅର୍ଗାନାଇଜେଶନ(ଫିଆପୋ)। ବିଭିନ୍ନ ସରକାରୀ ତଥା ସାମାଜିକ ଅନୁଷ୍ଠାନର ମିଳିତ ସହଯୋଗରେ ଫିଆପୋ ପକ୍ଷରୁ ଭୁବନେଶ୍ୱରରେ ଜନସାଧାରଣଙ୍କୁ ଅସ୍ବାସ୍ଥ୍ୟକର ଓ ବେଆଇନ ମାଂସକଟା ବିରୋଧରେ ସଚେତନତା କରାଯାଉଛି। ଏହି ପରିପ୍ରେକ୍ଷୀରେ ଶନିବାର ଭେଟେରିନାରି କାଉନ୍‌ସିଲ ହଲ୍‌ଠାରେ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ବେଆଇନ ମାଂସ ଦୋକାନ ଖୋଲିିଲେ ଆଇନଗତ କ’ଣ ପ୍ରାବଧାନ ରହିଛି ସେ ସମ୍ପର୍କରେ ଏଠାରେ ଆଲୋଚନା କରାଯାଇଥିଲା। ଭୁବନେଶ୍ୱରରେ ଯେଉଁଠି ସ୍ବୀକୃତିପ୍ରାପ୍ତ କଂସେଇଖାନା ରହିଛି ତା’ ନିକଟରେ ଏହି ଦୋକାନ ରହିବା ଉଚିତ। କିନ୍ତୁ ତାହା ନ ହୋଇ ମନଇଚ୍ଛା ଯିଏ ଯେଉଁଠି ପାରୁଛି ସେଠି ମାଂସ ଦୋକାନ ଖୋଲୁଛି। ହେଲେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ନାହିଁ ବୋଲି କର୍ମାଶାଳାରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri