ବେଆଇନ ମାଙ୍କଡ଼ା ପଥର ବୋଝେଇ ଗାଡ଼ି ଓଲଟିଲା

ବେଗୁନିଆ, ୨୩। ୮ (ଡି.ଏନ.ଏ.)- ବେଆଇନ ଭାବେ ପଥର ଖଣିରୁ ଗୁରୁବାର ବିଳମ୍ବିତ ରାତିରେ ମାଙ୍କଡା ପଥର ବୋଝେଇ କରି ପଳାଇ ଯାଉଥିବା ଏକ ମିନି ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡିଥିବା ଜଣାପଡିଛି। ତେବେ ଚାଳକ ଜଣକ ଅଳ୍ପକେ ବର୍ତ୍ତୀ ଯାଇଥିବା ବେଳେ ଶ୍ରମିକମାନେ ଉକ୍ତ ଗାଡିରେ ନ ଥିଲେ। ରାତିରେ ମିନିଟ୍ରକ ମାଲିକ ଗାଡିକୁ ଓଳଟି ଥିବା ସ୍ଥାନରୁ କେଉଁ ଆଡେ ଉଠାଇ ନେଇ ଯାଇଥିଲେ। ସକାଳୁ ଖବର ପାଇ ପୋଲିସ ଓ ତହସିଲଦାର ଘଟଣାସ୍ଥଳକୁ ଲୋକ ଦେଖାଣିଆ ଯାଇ ଖାଲି ହାତରେ କାର୍ଯ୍ୟାଳୟକୁ ଫେରି ଆସିଛନ୍ତି। ତେବେ ତହସିଲ ପକ୍ଷରୁ କେଉଁ ଭଳି ଭାବେ ବେଆଇନ ଖଣି ମାଫିଆଙ୍କୁ ଅଙ୍କୁଶ ଲଗାଉଛନ୍ତି ଏଥିରୁ ସ୍ପଷ୍ଟ ଭାବେ ବାରି ହୋଇପଡୁଛି। ସୂଚନା ମୁତାବକ, ବେଗୁନିଆ ତହସିଲ ଅଧୀନ ଡାଳତୋଳା ପଥର ଖଣିରୁ ମାଙ୍କଡା ପଥର ବୋଝେଇ କରି ମିନି ଟ୍ରକ୍‌ ନଂ. ଓଆର ୦୨ ବିଇ ୯୮୨୭ ଯୋଗେ କଳାପଥର ଅଭିମୁଖେ ଯାଉଥିଲା। ରାତିରେ ବାଘମାରୀ ଛକ ପଟୁ ତହସିଲଦାର ଏବଂ ପୋଲିସ ଉକ୍ତ ବୋଝେଇ ଗାଡିକୁ ପିଛା କରୁଥିବାର ଖବରପାଇ ଚାଳକ ଜଣଙ୍କ ଦ୍ରୁତଗତିରେ ଯାଉଥିବା ବେଳେ ସିମୋର ବଜାର ଛକରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଏ ସମ୍ପର୍କରେ ତହସିଲଦାର ବିବେକାନନ୍ଦ ପରିଡା କୁହନ୍ତି, ଜିଲାପାଳଙ୍କ ନିର୍ଦ୍ଦେଶ ମୁତାବକ ଖଣି ମାଫିଆଙ୍କୁ ଅଙ୍କୁଶ ଲଗାଇବା ପାଇଁ ରାତ୍ରି କାଳୀନ ପାଟ୍ରୋଲିଂ ଚାଲିଛି। ମାଙ୍କଡା ପଥର ବୋଝେଇ ମିନି ଟ୍ରକ ଓଲଟି ପଡିବା ଖବର ପାଇ ଘଟଣାସ୍ଥଳକୁ ଯାଇଥିଲୁ ମାତ୍ର ଗାଡିକୁ ଉଠାଇ ନିଆଯାଇଥିବାବେଳେ ସେଠାରେ ପଥର କେବଳ ପଡି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri