ବେଆଇନ ମାଙ୍କଡା ପଥର ଖନନ ଚାଲିଛି; ଅଭିଯୋଗ କଲେ କୁଳଙ୍ଗ ଗ୍ରାମବାସୀ

ତେଲକୋଇ, ୭।୧୧(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନରେ ରାଇସୁଆଁ ପଞ୍ଚାୟତର କୁଳଙ୍ଗ ଗ୍ରାମର ଖେସରା ଜଙ୍ଗଲ ମଧ୍ୟରେ ଚାଲିଛି ବେଆଇନ ଭାବେ ମାଙ୍କଡା ପଥର ଖନନ। ମାଙ୍କଡା ପଥର ଖନନ ଯୋଗୁ ଜଙ୍ଗଲ ଅଞ୍ଚଳରେ ପୋଖରୀ ସଦୃଶ୍ୟ ଗାତ ସୃଷ୍ଟି ହେବା ଯୋଗୁ ଗ୍ରାମର ଗୃହପାଳିତ ପଶୁମାନଙ୍କ ପାଇଁ ଉକ୍ତ ଅଞ୍ଚଳ ବିପଦ ସୃଷ୍ଟି କରିଛି। ଏନେଇ କୁଳଙ୍ଗ ଗ୍ରାମବାସୀ ବନାଞ୍ଚଳ ଅଧିକାରୀଙ୍କ ଠାରେ ଅଭିଯୋଗ କରିବା ସହିତ ଜିଲାପାଳଙ୍କ ଠାରେ ଅଭିଯୋଗ କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ ଉକ୍ତ ଜଙ୍ଗଲ ମଧ୍ୟରେ ତେଲକୋଇ ବନାଞ୍ଚଳ ଅଧିକାରୀ ଏକ ଫରେଷ୍ଟ ବିଟର ଫରେଷ୍ଟରଙ୍କ ଜାଣତରେ ଏହ ଜଙ୍ଗଲରେ ମାଙ୍କଡାପଥର ଖନନର ଯୋଜନା କରାଯାଉଥିବା ଯୋଗୁ ଜଙ୍ଗଲ ଅଞ୍ଚଳର ମୂଲ୍ୟବାନ ଗଛଲତା ସହିତ ପରିବେଶ ନଷ୍ଟ ହେବାରେ ଲାଗିଛି । ସେହିପରି ଏହି ବେଆଇନ ମାଙ୍କଡା ପଥର ଖନନ ବ୍ୟବସାୟୀ ତେଲକୋଇ ବ୍ଲକ ସମେତ ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ଅଧୀନ ବିଭିନ୍ନ ଗ୍ରାମକୁ ପଥର ଯୋଗାଣ କରୁଥିବା ଦର୍ଶାଇଛନ୍ତି। ଏସମ୍ପର୍କରେ ବନାଞ୍ଚଳ ଅଧିକାରୀ ପ୍ରମୋଦ କୁମାର ସେଠୀଙ୍କୁ ପଚାରିବାରୁ ମୁଁ ନିଜେ ଆଜି ତଦନ୍ତରେ ରହିବା ସହିତ ପଥର ଖନନ ମାଫିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri