ବେଆଇନ ରେଲଓ୍ବେ ଇ-ଟିକେଟ ବିକ୍ରି, ୩ ଗିରଫ

କଟକ ରୋଡ,୧୫ା୬(ଡି.ଏନ୍‌.ଏ.): ବେଆଇନ ଭାବେ ରେଳବାଇ ସଂରକ୍ଷିତ ଟିକଟ ବିକ୍ରି ଅଭିଯୋଗରେ ଭୁବନେଶ୍ୱର ଆରପିଏଫ (ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ) ଶୁକ୍ରବାର ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କ୍ୟାପିଟାଲ ଥାନା ଅଧୀନ ଅଶୋକନଗର ଅଞ୍ଚଳର ଆଭାସ ରଞ୍ଜନ ବାରିକ(୨୯), ପୁରୀ ଜିଲା ପିପିଲି ଥାନା ଗୋବିନ୍ଦପୁର ଗ୍ରାମର ଅମିୟ ପଟ୍ଟନାୟକ(୪୬) ଓ ଖୋର୍ଦ୍ଧା ଜିଲା ବାଲିଅନ୍ତା ଥାନା ବାଲିକଣ୍ଟିଆ ଗ୍ରାମର ମନୋରଞ୍ଜନ ପୃଷ୍ଟି(୩୨)। ଏହି ୩ ଅଭିଯୁକ୍ତଙ୍କ ଖାରବେଳନଗର ଓ କ୍ୟାପିଟାଲ ଥାନା ଅଞ୍ଚଳରେ ସାଇବର କେଫ ସହ ଟ୍ରାଭେଲ୍ସ ଏଜେନ୍ସି ରହିଛି। ସୂଚନା ଅନୁଯାୟୀ, ଗ୍ରୀଷ୍ମକାଳୀନ ଛୁଟି ପାଇଁ ରେଳଯାତ୍ରୀଙ୍କ ଭିଡ ବଢିଛି। ଅତ୍ୟଧିକ ଗହଳି ପାଇଁ ଟିକେଟ ପାଇବା ପାଇଁ ଲୋକେ ଦଲାଲଙ୍କ ସହଯୋଗ ଲୋଡୁଛନ୍ତି। ଏଭଳି ସୁଯୋଗରେ ଇ-ଟିକେଟିଂ ପାଇଁ ୟୁଜର୍ସ ଆଇଡି ତିଆରି କରି ଯାତ୍ରୀଙ୍କୁ ଚଢା ଦରରେ ଟିକଟ ବିକ୍ରି କରୁଥିବା ଦିଲ୍ଲୀସ୍ଥିତ ମୁଖ୍ୟ ଆରପିଏଫ୍‌ କାର୍ଯ୍ୟାଳୟରେ ପହଞ୍ଚିଥିଲା। ଓଡ଼ିଶା ସମେତ ଅନ୍ୟ ରାଜ୍ୟରେ ଚଢ଼ାଉ ପାଇଁ ଅପରେଶନ ଥଣ୍ଡର ନାମରେ ଆରପିଏଫ ମହାନିର୍ଦ୍ଦେଶକ ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରି ଦଲାଲଙ୍କୁ ଗିରଫ ପାଇଁ ଆରପିଏଫ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗୁରୁବାର ଭୁବନେଶ୍ୱର ଆରପିଏଫ ଇନ୍ସପେକ୍ଟର କାଳୁ ସେଠୀଙ୍କ ସହ ଏକ ଟିମ ବେଆଇନ ଭାବେ ଇ-ଟିକଟ ବିକୁଥିବା ଟ୍ରାଭେଲ ଏଜେନ୍ସି ମାଲିକଙ୍କ ବାବଦରେ ସୂଚନା ସଂଗ୍ରହ କରିବା ପରେ ଏହି ୩ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏମାନଙ୍କ ଠାରୁ ୩ଟି ସିପିୟୁ, ୩ ମୋଡେମ, ୯ ଇ-ଟିକଟ, ୨୯୬୦ଟଙ୍କା ଓ ୩ଟି ମୋବାଇଲ ଫୋନ ଜବତ ହୋଇଛି। ଅଭିଯୁକ୍ତ ଆଭାସ ଓ ଅମିୟ ଗତ ୨ବର୍ଷ ଧରି ଏଭଳି ବେଆଇନ ଟିକଟ ରାଜଧାନୀରେ ବିକୁଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ବୋଲି ଇନ୍ସପେକ୍ଟର ସେଠୀ କହିଛନ୍ତି। ମନୋରଞ୍ଜନ ମଧ୍ୟ ୧ବର୍ଷ ଧରି ବ୍ୟବସାୟ ଜାରି ରଖିଥିବା ଜଣାପଡିଛି। ଏନେଇ ଆରପିଏଫରେ ସିଇ/ସି ୧୭୦୦, ୧୭୦୧ ଓ ୧୭୦୪ ରେଲଓ୍ବେ ଆକ୍ଟ ୧୪୩ ଅନୁଯାୟୀ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri