Posted inଖେଳ

ବେକାର ହେଲା ଗେଲ୍‌ଙ୍କ ବିସ୍ଫୋରକ ଶତକ

ସେଣ୍ଟ କିଟ୍ସ, ୧୧।୯: ଓ୍ବାର୍ନର ପାର୍କଠାରେ ଅନୁଷ୍ଠିତ କାରିବିଅନ ପ୍ରିମିୟର ଲିଗ୍‌ (ସିପିଏଲ) ମ୍ୟାଚ୍‌ରେ ଜାମାଇକା ତାଲାଓ୍ବାସ ଦଳର ଅଧିନାୟକ କ୍ରିସ୍‌ ଗେଲ୍‌ଙ୍କ କ୍ୟାରିୟରର ୨୨ତମ ଶତକ ବେକାର ହୋଇଛି। ଗେଲ୍‌ଙ୍କ ଶତକ ଓ ଚାଦ୍ୱିକ ଓ୍ବାଲଟନଙ୍କ ୩୬ ବଲରୁ ୭୩ ରନ୍‌ର ଇନିଂସ ଯୋଗୁ ଜାମାଇକା ତାଲାଓ୍ବାସ ୨୪୨ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ଏହା ସିପିଏଲ ଇତିହାସର ସର୍ବାଧିକ ଦଳଗତ ସ୍କୋର ଥିଲା। ହେଲେ ଏହି ରେକର୍ଡ ମାତ୍ର କିଛି ସମୟ ପାଇଁ ତିଷ୍ଠି ପାରିଥିଲା। ବ୍ୟାଟ୍ସମ୍ୟାନଙ୍କ ମିଳିତ ଉଦ୍ୟମରେ ସେଣ୍ଟ କିଟ୍ସ ଓ ନେଭିସ ପାଟ୍ରିଓଟ୍ସ ଦଳ ବିଶାଳ ବିଜୟ ଲକ୍ଷ୍ୟକୁ ୭ ବଲ ପୂର୍ବରୁ ହାସଲ କରିନେଇଥିଲା।
ପ୍ରଥମେ ବ୍ୟାଟିଂ କରିଥିବା ଜାମାଇକା ତାଲାଓ୍ବାସ ଧାର୍ଯ୍ୟ ୨୦ ଓଭରରେ ୪ ଉଇକେଟ ହରାଇ ୨୪୧ ରନ୍‌ କରିଥିଲା। ଦଳ ପାଇଁ ଗେଲ୍‌ ୬୨ ବଲରୁ ୧୧୬ ରନ୍‌ କରିଥିଲେ। ତାଙ୍କ ଇନିଂସରେ ୧୦ ଛକା ଓ ୭ ଚୌକା ସାମିଲ ଥିଲା। ସେହିଭଳି ୮ ଛକା ଓ ୩ ଚୌକା ସହାୟତାରେ ଓ୍ବାଲଟନ ୭୩ ରନ୍‌ କରିଥିଲେ। ଜବାବରେ ଡେଭନ ଥୋମାସ ୭୧, ଇଭିନ ଲୁଇସ ୫୩, ଲୌରି ଇଭାନ୍ସ ୪୧ ଓ ଫାବିଆନ ଆଲେନଙ୍କ ୩୭ ରନ୍‌ର ଇନିଂସ ବଳରେ ସେଣ୍ଟ କିଟ୍ସ ଓ ନେଭିସ ପାଟ୍ରିଅଟ୍ସ ଦଳ ୧୮.୫ ଓଭରରେ ୬ ଉଇକେଟ ହରାଇ ମ୍ୟାଚ୍‌ ଜିତି ନେଇଥିଲା। ଜାମାଇକା ଦଳ ପାଇଁ ଓଶାନେ ଥୋମାସ ୪ ଓ ଆଣ୍ଡ୍ରେ ରସେଲ ୨ ଉଇକେଟ ନେଇଥିଲେ। ମ୍ୟାଚ୍‌ରେ ଲୁଇସ ୧୭ ବଲରୁ ଅର୍ଦ୍ଧଶତକ ଲଗାଇଥିଲେ, ଯାହାକି ଲିଗ୍‌ ଇତିହାସର ଦ୍ରୁତତମ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

“ଦୋସା ଇଡ୍‌ଲି ସାମ୍ବର ଚଟଣି” ଗୀତକୁ ନେଇ CSK-RCB ମଧ୍ୟରେ ବିବାଦ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: : ଚଳିତ IPL ୨୦୨୬ ସିଜିନ ସମୟରେ ଚେନ୍ନାଇ ସୁପର କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ନୂତନ ବିବାଦ ଦେଖାଦେଇଛି। ଚେନ୍ନାଇ…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ…

ଡି’ କକ୍‌ଙ୍କ ଅପରାଜିତ ଶତକ

ମୁମ୍ୱାଇ,୧୬ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପରସ୍ପରକୁ ଭେଟିଛନ୍ତି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri