ବେକାରମୁକ୍ତ ମୟୂରଭଞ୍ଜ ଗଠନ ପାଇଁ ଦାବିପତ୍ର

ବାରିପଦା ଅଫିସ, ୬ା୨- ଅଣରାଜନୈତିକ ଯୁବ ସଂଗଠନ ଭଞ୍ଜ ସେନା ପକ୍ଷରୁ ବୁଧବାର ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ଜିଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରାଯାଇଛି। ସେନାର ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ଏକାଧିକ କର୍ମୀ ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବି କରିଛନ୍ତି। ଭଞ୍ଜସେନା ବାରମ୍ବାର ଦାବି ଓ ବିକ୍ଷୋଭ କରିବା ସତ୍ତ୍ୱେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୀରବ ରହିବା କାରଣରୁ ଜିଲାରେ ବେକାର ସମସ୍ୟା ଜଟିଳରୁ ଜଟିଳତର ହେଉଛି। ଜିଲାରେ ଶିମିଳିପାଳ ସମେତ ଅନ୍ୟାନ୍ୟ ପର୍ଯ୍ୟଟନସ୍ଥଳୀର ବିକାଶ କରାଯିବା ସହିତ ବନ୍ୟଜାତ ଦ୍ରବ୍ୟର ଉଚିତ ବ୍ୟବସାୟୀକରଣ କରି ବେକାରମୁକ୍ତ ମୟୂରଭଞ୍ଜ ଗଠନ କରିବା ପାଇଁ ସେନା ଦାବି କରିଛି। ଆଗାମୀ ୭ ଦିନ ଭିତରେ ଏ ନେଇ କୌଣସି ପଦକ୍ଷେପ ଗ୍ରହଣ କରା ନ ଗଲେ ଆସନ୍ତା ୧୨ ତାରିଖରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କର୍ମୀମାନେ ଗଣବିକ୍ଷୋଭ ପ୍ରଦର୍ଶନ କରିବେ ବୋଲି ଭଞ୍ଜସେନା ପକ୍ଷରୁ ଚେତାବନୀ ଦିଆଯାଇଛି। ଭଞ୍ଜସେନା କର୍ମୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟର ଏକ ଦାବିପତ୍ର ଅତିରିକ୍ତ ଜିଲାପାଳ ବ୍ରଜବନ୍ଧୁ ଭୋଳଙ୍କୁ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି ଦାବିପତ୍ର ପ୍ରଦାନ ବେଳେ ଯୁବ ଛାତ୍ର ସଂଯୋଜକ ରାକେଶ ବେହେରା, ଉପଖଣ୍ଡ ସଭାପତି ସାମନ୍ତ ଶେଖର ପାଲ୍‌, ମୁଖପାତ୍ର ଜ୍ୟୋତିରଞ୍ଜନ ପୃଷ୍ଟି, ସହର ସଭାପତି ସୌମ୍ୟରଞ୍ଜନ ମିଶ୍ର, ସହର ଉପସଭାପତି ଏସ୍‌ କେ ରାଜା ଖାନ୍‌, ସାଧାରଣ ସମ୍ପାଦକ ମାନସ ବେହେରା, ଉପସଭାପତି ପ୍ରଶାନ୍ତ ମହାକୁଡ଼, ଛାତ୍ରନେତା ଏମଡି ନାଜିର ହକ୍‌, ଅଭିଷେକ କବାଟ, ଆଲୋକ ବେହେରା, ଅଭିଷେକ ମହାପାତ୍ର, ଅଭିଜିତ୍‌ କର୍ମକାର, ରାଜାରାମ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri