ବେଗା ପଞ୍ଚାୟତରେ ଦୁର୍ନୀତି:ବିନା କାର୍ଯ୍ୟରେ ୧୦ ଲକ୍ଷ ଟଙ୍କାର ବିଲ୍‌

ଢେଙ୍କାନାଳ ଅଫିସ, ୬।୧୨

ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ବେଗା ପଞ୍ଚାୟତରେ ବିନା କାର୍ଯ୍ୟରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମିଥ୍ୟା ବିଲ୍‌ କରାଯାଇଥିବା ଅଭିଯୋଗ ହୋଇଛି। ବାରମ୍ବାର ଦାବି ସତ୍ତ୍ୱେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏହାର ପ୍ରତିବାଦରେ ପଞ୍ଚାୟତ ଉନ୍ନୟନ କମିଟି ସଭାପତି ଜୟନ୍ତ କୁମାର ନାୟକ, ନାଏବ ସରପଞ୍ଚ ଅଞ୍ଜନ ପାଢୀ, ୱାର୍ଡ ସଭ୍ୟ ହରଷ ନାୟକ ଗୁରୁବାର ଜିଲାପାଳଙ୍କୁ ଭେଟି ତଦନ୍ତ ଦାବି କରିଛନ୍ତି। ଏ ଦିଗରେ ପ୍ରଶାସନ ବିହିତ ପଦକ୍ଷେପ ଗ୍ରହଣ ନ କଲେ ୧୨ ତାରିଖରେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରିବାକୁ ଅଭିଯୋଗକାରୀମାନେ ଲିଖିତ ଭାବେ ଜଣାଇଛନ୍ତି। ଏ ନେଇ ରାଜ୍ୟପାଳ, ୫-ଟି ସଚିବ, ସ୍ବତନ୍ତ୍ର ସଚିବ, ଅତିରିକ୍ତ ଜିଲାପାଳ ଏବଂ ପିଡି ଡିଆରଡିଏଙ୍କୁ ଲିଖିତ ଭାବେ ଅବଗତ କରାଯାଇଛି।
ଅଭିଯୋଗ ଅନୁଯାୟୀ, ପଞ୍ଚାୟତରେ ଅଯୋଗ୍ୟ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟଭତ୍ତା ତାଲିକାରେ ସାମିଲ କରାଯାଇଛି। ପାରିବାରିକ ସ୍ବାର୍ଥ ପାଇଁ ସମ୍ପର୍କୀୟଙ୍କୁ ଫନି ସହାୟତା ପ୍ରଦାନ କରାଯାଇଛି। କରଡ଼ାବଣି ଗ୍ରାମରେ ଡ୍ରେନ୍‌ ନ ଥାଇ ନର୍ଦ୍ଦମା ସଫା କରିବା ଲାଗି ୧୦ ହଜାର ଟଙ୍କା ମଞ୍ଜୁର ହୋଇଛି। ବେଗା ଗ୍ରାମ ପଞ୍ଚାୟତ ହାଇସ୍କୁଲରେ କିଛି କାମ ନ ହୋଇ ୧ଲକ୍ଷ ୫୦ହଜାର ଏବଂ ପଞ୍ଚାୟତ ଅଫିସ ରକ୍ଷଣାବେକ୍ଷଣ ପାଇଁ ୧ଲକ୍ଷ ୧୧ ହଜାର, ପଞ୍ଚାୟତ ପାଚେରି ନିର୍ମାଣ ପାଇଁ ଅଗ୍ରିମ ୧ଲକ୍ଷ ୫୦ହଜାର, ପାଞ୍ଚକେନ୍ଦୁ ମହାଦେବ ପୋଖରୀ ପାଇଁ ୨ଲକ୍ଷ, ପାଞ୍ଚକେନ୍ଦୁ କୋଠଘର ପାଇଁ ୨ଲକ୍ଷ ଟଙ୍କାର ବିଲ କରାଯାଇଛି। ଅଭିଯୋଗର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କ କଳାକାରନାମା ପଦାକୁ ଆସିବ ବୋଲି ଅଭିଯୋଗକାରୀମାନେ କହିଛନ୍ତି।
ଏ ନେଇ ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା କୁହନ୍ତି, ଅଭିଯୋଗର ତଦନ୍ତ କରାଯିବ। ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ, ବୈଷୟିକ ଇଞ୍ଜିନିୟର ଏବଂ ଜିଲା ପଞ୍ଚାୟତ ଅଧିକାରୀଙ୍କ ଉପରେ ତଦନ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍‌ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri