ବେଗୁନିଆରୁ ୧୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ୍‌/ବେଗୁନିଆ, ୫ା୩(ଡି.ଏନ୍‌.ଏ.): ବ୍ରାଉନ୍‌ସୁଗାର ବିକ୍ରି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ପୋଲିସ ମଙ୍ଗଳବାର ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବାଘମାରୀ ଥାନା ଅନ୍ତର୍ଗତ ପୋଡାଡିହ ଗ୍ରାମର ନବକିଶୋର ସାହୁ (୩୮)। ନବକିଶୋର ଦୀର୍ଘଦିନ ହେଲା ବ୍ରାଉନସୁଗାର ବିକ୍ରି କରୁଥିଲେ। ବିଶେଷକରି ସେ ବେଗୁନିଆ ଥାନା ଅଞ୍ଚଳର କେତେକ ଗାଁକୁ ଗାଁ ବୁଲି ବ୍ୟବସାୟ କରୁଥିବା ଖବର ମିଳିଥିଲା। ମଙ୍ଗଳବାର ରାତିରେ ସେ ବେଗୁନିଆ ଥାନା ବଡବେରଣା ଗ୍ରାମରେ ବ୍ରାଉନସୁଗାର ବିକ୍ରି କରୁଥିବା ଖବର ପୋଲିସକୁ ହସ୍ତଗତ ହୋଇଥିଲା। ପୋଲିସ ଟିମ୍‌ ଚଢାଉ କରି ନବକିଶୋରଙ୍କୁ ଗିରଫ କରିବା ସହ ତାଙ୍କଠାରୁ ୧୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଥିଲା। ଜବତ ବ୍ରାଉନସୁଗାରର ମୂଲ୍ୟ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ହେବ। ନବକିଶୋରଙ୍କୁ ବୁଧବାର ଖୋର୍ଦ୍ଧା ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଖୋର୍ଦ୍ଧା ଉପକାରାଗାରକୁ ପଠାଇ ଦିଆଯାଇଛି ବୋଲି ପୋଲିସ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri