Posted inଖେଳ

ବେଞ୍ଜେମାଙ୍କ ଡବଲ୍‌ ଗୋଲ: ରିୟଲ ମାଡ୍ରିଡ୍‌ ବିଜୟୀ

ମାଡ୍ରିଡ,୧୫।୯(ଏଏଫ୍‌ପି)- ସ୍ପାନିଶ ଲା ଲିଗାର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କରିମ ବେଞ୍ଜେମାଙ୍କ ଡବଲ୍‌ ଗୋଲ ସହାୟତାରେ ରିୟଲ ମାଡ୍ରିଡ ୩-୨ ଗୋଲରେ ଲେଭାଣ୍ଟେକୁ ପରାସ୍ତ କରିଛି। ପ୍ରଥମାର୍ଦ୍ଧରେ ୩ଟି ଗୋଲ ଦେଇ ମାଡ୍ରିଡ ୩-୦ରେ ଅଗ୍ରଣୀ ହୋଇଥିଲା। ତେବେ ଦ୍ୱିତୀୟାର୍ଦ୍ଧରେ ଲେଭାଣ୍ଟେ ଖେଳାଳି ଚମତ୍କାର ପ୍ରଦର୍ଶନ କରି ମ୍ୟାଚ୍‌କୁ ଫେରିଥିଲେ ଓ ୨ଟି ଗୋଲ ଦେଇଥିଲେ। ମାଡ୍ରିଡ ତରଫରୁ ବେଞ୍ଜେମା ୨୫ ଓ ୩୧ତମ ମିନିଟ୍‌ରେ ଦୁଇଟି ଗୋଲ ଦେଇଥିଲେ। ଏହାପରେ କାସେମିରୋ ୪୦ତମ ମିନିଟ୍‌ରେ ଗୋଲ ଦେଇ ଦଳକୁ ଅଗ୍ରଣୀ କରାଇଥିଲେ। ତେବେ ମ୍ୟାଚ୍‌ର ୪୯ତମ ମିନିଟ୍‌ରେ ଲେଭାଣ୍ଟେ ତରଫରୁ ୨୨ ବର୍ଷୀୟ ବୋର୍ଜା ମେରୋଲ ଗୋଲ ଦେଇଥିଲେ। ସେହିପରି ୭୫ତମ ମିନିଟ୍‌ରେ ଗୋଞ୍ଜାଲୋ ମେଲେରୋ ଗୋଲ ଦେଇ ପରାଜୟ ବ୍ୟବଧାନକୁ କମାଇଥିଲେ। ଏଥିସହ ରିୟଲ ମାଡ୍ରିଡ ୪ଟି ମ୍ୟାଚ୍‌ ଖେଳି ୨ଟି ବିଜୟ ସହ ୨ଟି ଡ୍ର ସହ ୮ ପଏଣ୍ଟ ହାସଲ କରି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। ଅନ୍ୟପଟେ ଆଟଲେଟିକୋ ମାଡ୍ରିଡ୍‌ ୪ଟି ମ୍ୟାଚ୍‌ ଖେଳି ୩ ବିଜୟ ଓ ଗୋଟିଏ ପରାଜୟ ସହ ୯ ପଏଣ୍ଟ ପାଇ ଶୀର୍ଷରେ ରହିଛି।
ଶନିବାର ଖେଳାଯାଇଥିବା ଅନ୍ୟଏକ ମ୍ୟାଚ୍‌ରେ ବାର୍ସିଲୋନା ୫-୨ ଗୋଲରେ ଭାଲେନ୍ସିଆକୁ ହରାଇଛି। ଏଥିସହ ବାର୍ସିଲୋନା ୪ଟି ମ୍ୟାଚ୍‌ ଖେଳି ୨ ବିଜୟ, ଗୋଟିଏ ଡ୍ର ଓ ଗୋଟିଏ ପରାଜୟ ସହ ୭ ପଏଣ୍ଟ ପାଇ ଚତୁର୍ଥ ସ୍ଥାନରେ ରହିଛି। ବାର୍ସିଲୋନା ତରଫରୁ ୧୬ ବର୍ଷୀୟ ଖେଳାଳି ଅଂଶୁ ଫଟି ଦ୍ୱିତୀୟ, ଫ୍ରେଙ୍କି ଡି ଜୋଙ୍ଗ୍‌ ୫୧, ଲୁଇସ୍‌ ସୁଆରେଜ ୬୧ ଓ ୮୨ତମ ମିନିଟ୍‌ରେ ଗୋଲ ସ୍କୋର କରିଥିଲେ। ଅନ୍ୟପଟେ ଭାଲେନ୍ସିଆ ତରଫରୁ କେଭିନ୍‌ ଗାମେଇରୋ ୨୭ ଓ ମାରିଓ ଗୋମେଜ ମ୍ୟାଚ୍‌ର ଅନ୍ତିମ ମୁହୂର୍ତ୍ତରେ ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri