ବେଟିଂ ଆଡ୍ଡାରେ ଚଢ଼ାଉ, ୩ ଗିରଫ

କଟକ ଅଫିସ,୧୭।୭: ଏକ ବେଟିଂ ଆଡ୍ଡାରେ ଚଢାଉ କରି ଦରଘାବଜାର ପୋଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ନାରୀସେବା ସଦନ ଅଞ୍ଚଳର ଦିନେଶ ରାଓ(୧୮), ଦରଘାବଜାର ଥାନା ଅନ୍ତର୍ଗତ ବାଉଁଶଗଳି ଅଞ୍ଚଳର ଜି. ନାଗରାଜୁ(୨୮), ଏ. ରବି(୩୦)। ଏମାନଙ୍କ ନିକଟରୁୁ ୧୧ହଜାର ୬୫୦ଟଙ୍କା, ଏକ ଖାତା ଏବଂ ନମ୍ବର ଲେଖାଥିବା ଏକ ବୋର୍ଡ ଜବତ ହୋଇଛି। ଏନେଇ ଥାନାରେ ଏକ ମାମଲା(ନଂ.୫୬/୧୯) ରୁଜୁ ହୋଇଛି। ଅଭିଯୁକ୍ତମାନେ ଲକ୍ଷାଧିକ ଟଙ୍କା କାରବାର ଚଳାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ପୋଲିସ ସୂଚନା ଅନୁଯାୟୀ, ବାଉଁଶଗଳି ଅଞ୍ଚଳରେ ବେଟିଂ ଚାଲିଥିବା ନେଇ ପୋଲିସ ସୂଚନା ପାଇ ସୋମବାର ରାତି ୧୦ଟାରେ ଚଢ଼ାଉ କରିଥିଲା। ପୋଲିସକୁ ଦେଖି ସେଠାରେ ଉପସ୍ଥିତ ଥିବା ୧୦ରୁ ଅଧିକ ବ୍ୟକ୍ତି ଖସି ପଳାଇଥିବା ବେଳେ ପୋଲିସ ୩ ଅଭିଯୁକ୍ତଙ୍କୁ ଧରିଥିଲା। ପଚରାଉଚରା ପରେ ଜଣାପଡିଥିଲା ଯେ, ସେମାନେ ବିଭିନ୍ନ ନମ୍ବର ଲେଖାଥିବା ଏକ ବୋର୍ଡ ରଖିଥିଲେ। ଲୋକମାନଙ୍କୁ ଉକ୍ତ ବୋର୍ଡରେ ଥିବା ଏକ ନମ୍ବର ଚୟନ କରିବାକୁ କହୁଥିଲେ। ଠିକ୍‌ ନମ୍ବର ଚୟନ କଲେ ଲଗାଇଥିବା ଟଙ୍କାର ଦୁଇ ଗୁଣା ଟଙ୍କା ଲୋକମାନଙ୍କୁ ଦେଉଥିଲେ। ହେଲେ ଭୁଲ୍‌ ନମ୍ବର ଚୟନ କଲେ ସେ ଲଗାଇଥିବା ଟଙ୍କା ଫେରାଯାଉ ନ ଥିଲା। ଏହିପରି ଲୋକଙ୍କୁ ଆକୃଷ୍ଟ କରି ବେଟିଂ କାରବାର ଚଳାଉଥିବା ଅଭିଯୁକ୍ତମାନେ ମାନିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri