ବେତନଟୀ ଥାନା ଏସ୍‌ଆଇ ନିଲମ୍ବିତ

ବେତନଟୀ,୬ା୨ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ସବ୍‌ ଇନ୍ସପେକ୍ଟର(ଏସଆଇ) ସଚ୍ଚିଦାନନ୍ଦ କିଷାନଙ୍କୁ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ମଙ୍ଗଳବାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ ସମ୍ପର୍କିତ ଏସପିଙ୍କ ଅର୍ଡର (ନଂ.୨୪୪/୫ା୨ା୨୦୨୦) କପି ବେତନଟୀ ଥାନା ଆଇଆଇସି ଅଶୋକ ନାୟକ ଏବଂ ଏସଡିପିଓ ଲଳିତ ପଟ୍ଟନାୟକଙ୍କୁ ପ୍ରଦାନ କରାଯାଇଛି। ମଙ୍ଗଳବାର ରାତିରେ ଏସ୍‌ଆଇ କିଷାନ ବେତନଟୀ ଥାନା ଛକରେ ନିଶାଶକ୍ତ ଅବସ୍ଥାରେ ଅଚେତ ହୋଇ ପଡ଼ିଥିଲେ। ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ବେତନଟୀ ଥାନାରେ ଛାଡ଼ିଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଥିଲା। ସ୍ଥାନୀୟ ଲୋକେ ଏନେଇ ମୟୂରଭଞ୍ଜ ଏସ୍‌ପିଙ୍କୁ ଅବଗତ କରାଇଥିଲେ। ଏସ୍‌ପି ଘଟଣା ସମ୍ପର୍କରେ ଜାଣିବା ପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି। ଏନେଇ ଥାନା ଆଇଆଇସି ଅଶୋକ ନାୟକଙ୍କୁ ପଚାରିବାରୁ ନିଲମ୍ବିତ ଏସଆଇଙ୍କୁ ସେ ବାରମ୍ବାର ତାଗିଦ କରିଥିଲେ ମଧ୍ୟ ସେ ସୁଧୁରି ନ ଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?