ବେଦାନ୍ତ ପକ୍ଷରୁ ଜାତୀୟ ପୋଷଣ ସପ୍ତାହ

ଭୁବନେଶ୍ୱର,୧୪।୯: ଭାରତର ସର୍ବବୃହତ୍‌ ଆଲୁମିନିୟମ ଉପତ୍ାଦକ ‘ବେଦାନ୍ତ ଆଲୁମିନିୟମ’ ପକ୍ଷରୁ ଜାତୀୟ ପୋଷଣ ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ବିଶେଷକରି କମ୍ପାନୀର ଓଡ଼ିଶା ୟୁନିଟ୍‌ (ଝାରସୁଗୁଡ଼ା ଆଲୁମିନିୟମ ସ୍ମେଲଟର ଏବଂ ଲାଞ୍ଜିଗଡ଼ ଆଲୁମିନା ରିଫାଇନେରି) ଏବଂ ଛତିଶଗଡ଼ ୟୁନିଟ୍‌ (ବାଲ୍‌କୋ)ରେ ମଧ୍ୟ ପୋଷଣ ଦିବସ ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବେଦାନ୍ତର କର୍ମଚାରୀ ଓ ସେମାନଙ୍କ ପରିବାର ଏବଂ ଗୋଷ୍ଠୀର ସଦସ୍ୟମାନଙ୍କୁ ପୁଷ୍ଟିକର ଅଭ୍ୟାସର ଆବଶ୍ୟକତା ଉପରେ ବ୍ୟାପକ ସଚେତନତାଭିତ୍ତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ସେହିଭଳି ଜାତୀୟ ପୋଷଣ ସପ୍ତାହ ଅବସରରେ କମ୍ପାନୀ ବହୁ ପ୍ରକାର କାର୍ଯ୍ୟକ୍ରମ ଆୟୋଜନ କରିଥିଲା।

ଏ ସମ୍ପର୍କରେ ବେଦାନ୍ତ ଲିମିଟେଡ୍‌ର ସିଓଓ (ଆଲୁମିନିୟମ ବ୍ୟବସାୟ) ସୁନୀଲ ଗୁପ୍ତା କହିଥିଲେ, ସମାଜରେ ଉନ୍ନତି ଆଣିବା ପାଇଁ ଆମେ ଆବଶ୍ୟକ ପଦକ୍ଷେପ ଗ୍ରହଣ ସହିତ ସାମୂହିକ ଯୋଗଦାନକୁ ମଧ୍ୟ ଆଗକୁ ବଢାଇବା ଲାଗି ଆନ୍ତରିକତାର ସହ ଉତ୍ସର୍ଗୀକୃତ ରହିଛୁ। ବିଶେଷକରି ମହିଳା ଓ ଶିଶୁମାନଙ୍କ ପାଇଁ ସ୍ବାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ସାମାଜିକ ବ୍ୟବଧାନକୁ ଦୂରକରିବା ଲାଗି ଆମେ ପ୍ରୟାସ କରୁଛୁ। ସେହିଭଳି ବାଲ୍‌କୋର ସିଇଓ ତଥା ପୂର୍ଣ୍ଣକାଳୀନ ନିର୍ଦ୍ଦେଶକ ରାଜେଶ କୁମାର କହିଥିଲେ, ଆମର ପ୍ରତିବଦ୍ଧତାକୁ ପ୍ରସାରିତ କରୁଥିବା ଲୋକଙ୍କୁ ଏକତ୍ରକରି ଆମ ଦେଶର ପୁଷ୍ଟିହୀନତାର ମୁକାବିଲା ପାଇଁ କ୍ଷୁଧା ମୁକ୍ତି ଯାତ୍ରାର ପରିକଳ୍ପନା କରିଛୁ। ଏପରିକି ଆମେ ସ୍ଥାନୀୟ ଗୋଷ୍ଠୀର କଲ୍ୟାଣ ପାଇଁ ସର୍ବଦା କାର୍ଯ୍ୟକରୁଥିବାବେଳେ କମ୍ପାନୀର ସାମାଜିକ ପ୍ରୟାସ ମାଧ୍ୟମରେ ଶିକ୍ଷା ଓ ସ୍ବାସ୍ଥ୍ୟ ଯତ୍ନରେ ଉନ୍ନତି ଆଣିବା ପାଇଁ ପ୍ରୟାସ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri