ବେନିୟମ ଚାଲାଣ ହେଉଛି କେନ୍ଦୁପତ୍ର: ବିନା ନଥିପତ୍ରରେ ଚାଲିଛି କାରବାର

ମାଲକାନଗିରି,୪ା୫(ଡି.ଏନ୍‌.ଏ.) : ମାଲକାନଗିରି ଜିଲାରେ ବର୍ଷକୁ କୋଟି କୋଟି ଟଙ୍କାର କେନ୍ଦୁପତ୍ର କାରବାର ହୋଇଥାଏ। ଜିଲାର ଆଦିବାସୀ ଏବଂ ଅଣ ଆଦିବାସୀ କେନ୍ଦୁପତ୍ର ସଂଗ୍ରହକରି ଗୁଜୁରଣ ମେଣ୍ଟାଇଥାନ୍ତି। ଚଳିତବର୍ଷ କରୋନା ଯୋଗୁ କେନ୍ଦୁପତ୍ର ସଂଗ୍ରହ ଓ ବ୍ୟବସାୟ ଉପରେ ଆଶଙ୍କା ଥିଲା। ସରକାର କେନ୍ଦୁପତ୍ର ସଂଗ୍ରହ ପାଇଁ ନିୟମରେ କୋହଳ କଲା ପରେ ବନ ବିଭାଗ ପତ୍ରତୋଳା ଆରମ୍ଭ କରିଥିଲା। ମାତ୍ର ରାଜ୍ୟ ବାହାରର କେତେଜଣ ବ୍ୟବସାୟୀ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସହ ମିଶି କେନ୍ଦୁପତ୍ର ସଂଗ୍ରହ କରି ବସ୍ତାରେ ଲୋଡ୍‌ କରି ବିଭିନ୍ନ ସ୍ଥାନରେ ଲୁଚାଇ ରଖୁଥିବା ଜଣାପଡ଼ିଛି। ନିୟମ ଅନୁଯାୟୀ ବନ ବିଭାଗ ହେଉ କିମ୍ବା ସ୍ବୀକୃତିପ୍ରାପ୍ତ ବେସରକାରୀ ସଂସ୍ଥା ପତ୍ର ଖର୍ଦ୍ଦି କଲେ ସେହି ଫଡ଼ିରୁ ପରିବହନ ସମୟରେ ଚାଲାଣ ରସିଦ୍‌ କାଟିବେ। ଗାଡ଼ିରେ କେତେ ବସ୍ତା କେଉଁ ଫଡ଼ିରୁ ଲୋଡ୍‌ କରାଗଲା, କେଉଁ ଗୋଦାମକୁ ଯିବ ଗାଡ଼ି ନମ୍ବର, ଡ୍ରାଇଭରଙ୍କ ନାମ ଆଦି ଉଲ୍ଲେଖ କରାଯିବା କଥା। ମାତ୍ର ଏହା ହେଉନାହିଁ। ସୋମବାର କେତେକ ଗାଡି ପତ୍ର ଲୋଡ୍‌କରି ଯାଉଥିବା ବେଳେ ସେମାନଙ୍କୁ ଯାଞ୍ଚ ସମୟରେ ଅବ୍ୟବସ୍ଥା ଧରାପଡ଼ିଥିଲା। ଗୋଟିଏ ଗାଡ଼ିିରେ ଏକ ବେସରକାରୀ ସଂସ୍ଥାର କେନ୍ଦୁପତ୍ର ବ୍ୟାଗ୍‌ ପରିବହନ ରସିଦ୍‌ ଥିବା ବେଳେ ଅନ୍ୟ ଏକ ୪୦୭ ଗାଡ଼ିରେ ହାତଲେଖା ଚିରକୁଟ ଡ୍ରାଇଭର ଦେଖାଇଥିଲେ। ଏହା ସମ୍ପୂର୍ଣ୍ଣ ବେନିୟମ। ଡ୍ରାଇଭରଙ୍କୁ ଏନେଇ ପଚାରିବାରୁ ସେ ଠିକ୍‌ ଉତ୍ତର ଦେଇପାରି ନ ଥିଲେ। ଫଳରେ ଏହା ଚୋରା କାରବାର ବୋଲି ସନ୍ଦେହ ଉପୁଜିଛି। ଜିଲାରେ ଏପରି ବହୁସଂଖ୍ୟକ ଟ୍ରାକ୍ଟର , ୪୦୭ ଓ ଟ୍ରକ୍‌ରେ ବିନା ଫଡ଼ି ଚାଲାଣରେ କେନ୍ଦୁପତ୍ର ଚାଲାଣ ହେଉଛି। ବନ ବିଭାଗ, ଜିଲା ପ୍ରଶାସନ ଓ ପୋଲିସ ବିଭାଗ ଆଖିବୁଜି ଦେଇଛି। ତୁରନ୍ତ ଦୁର୍ନୀତି ନିବାରଣ ବିଭାଗ ଏଥିପ୍ରତି ଦୃଷ୍ଟିଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri