ବେପରୁଆ ଗାଡ଼ି ଚାଳନା: ୨୩୭୦ ଜଣଙ୍କ ଡିଏଲ୍‌ ରଦ୍ଦ

ଛତ୍ରପୁର,୧ା୧୧(ଡି.ଏନ.ଏ)- ଚଳିତବର୍ଷ ସେପ୍ଟେମ୍ବର ମାସ ସୁଦ୍ଧା ଗଞ୍ଜାମ ଜିଲାରେ ୨,୩୭୦ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି। ବେପାରୁଆ ଗାଡିଚାଳନା, ହେଲ୍‌ମେଟ୍‌ ନ ପିନ୍ଧି ଓ ମଦ୍ୟପାନ କରି ଗାଡି ଚଳାଇବା ଆଦି କାରଣରୁ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୋଲିସ ଓ ଆର୍‌ଟିଓଙ୍କ ନିଜସ୍ବ ରିପୋର୍ଟକୁ ଆଧାର କରି ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି। ସେଥିମଧ୍ୟରେ ବେପାରୁଆ ଗାଡିଚାଳନା ଓ ଅନ୍ୟ କାରଣ ଯୋଗୁ ୧,୫୮୩ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ପାଇଁ ଆର୍‌ଟିଓଙ୍କୁ ପୋଲିସ ପକ୍ଷରୁ ସୁପାରିସ କରାଯାଇଥିଲା। ଆରଟିଓ କାର୍ଯ୍ୟାଳୟ ପକ୍ଷରୁ ଉପରୋକ୍ତ କାରଣରୁ ୭୮୭ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଥିଲା। ଜାନୁୟାରୀରେ ୧୬୯ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଥିବାବେଳେ ଫେବୃୟାରୀରେ ୨୬୧, ମାର୍ଚ୍ଚରେ ୨୬୫, ଏପ୍ରିଲରେ ୧୨୨, ମେ ମାସରେ ୨୦୬ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି। ସେହିପରି ଜୁନ୍‌ ମାସରେ ୩୬୧, ଜୁଲାଇରେ ୨୨୭, ଅଗଷ୍ଟରେ ୪୬୮, ସେପ୍ଟେମ୍ବର ମାସରେ ୨୯୧ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଛି। ଏଥିସହ ହେଲ୍‌ମେଟ୍‌ ନ ପିନ୍ଧି ଗାଡି ଚଳାଇ ଧରାପଡିଥିବା ଚାଳକଙ୍କଠାରୁ ଚଳିତବର୍ଷ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ୮୬ ଲକ୍ଷ ୩୮ ହଜାର ୫୦୦ ଟଙ୍କା ଜରିମାନା ଆଦାୟ ହୋଇଛି। ସେଥିମଧ୍ୟରେ ପୋଲିସ ପକ୍ଷରୁ ୬୪ ହଜାର ୪୦୯ ଜଣଙ୍କଠାରୁ ୮୩ ଲକ୍ଷ ୧୦୦ ଟଙ୍କା ଜରିମାନା ଆଦାୟ ହୋଇଥିବାବେଳେ ଆର୍‌ଟିଓ କାର୍ଯ୍ୟାଳୟ ପକ୍ଷରୁ ୮୧୪୮ ଜଣଙ୍କଠାରୁ ୩ ଲକ୍ଷ ୩୮ ହଜାର ୪୦୦ ଟଙ୍କା ଜରିମାନା ଆଦାୟ ହୋଇଛି। ଚଳିତବର୍ଷ ସେପ୍ଟେମ୍ବର ଶେଷ ସୁଦ୍ଧା ୩୧୪୪ ଗାଡି ଯାଞ୍ଚ ହୋଇଥିଲା। ସେଥିରୁ ୧୩୨୧ ଗାଡିର ବୀମା ପ୍ରମାଣପତ୍ର ନ ଥିଲା। ଏଥିଲାଗି ସେମାନଙ୍କଠାରୁ ୩ ଲକ୍ଷ ୩୮ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସୂଚନାଯୋଗ୍ୟ, ୨୦୧୮ରେ ୨,୦୦୧ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି…

ମିଲର୍ସଙ୍କ ମର୍ଜିରେ ଚାଲିଛି ଧାନକିଣା: ଗର୍ଜିଲେ ଚାଷୀ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ସପ୍ତାହକ ପରେ ଏହି ପ୍ରକ୍ରିୟାକୁ ମାସେ ବିତିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ…

ଛତ୍ରପୁର ମହୋତ୍ସବର ତୃତୀୟ ସନ୍ଧ୍ୟା: ଦୀପ୍ତିରେଖା-କୁଲଦୀପଙ୍କ ଗୀତରେ ବିଭୋର ହେଲେ ଶ୍ରୋତା

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

କଳାବ୍ୟାଜ୍‌ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri