ବେବି ଶାମ୍ପୁରେ ନାହିଁ ହାନିକାରକ ପଦାର୍ଥ: ଜନସନ ଆଣ୍ଡ ଜନସନ

ନୂଆଦିଲ୍ଲୀ,୨୯-୪: ଆମେରିକା କମ୍ପାନୀ ଜନସନ ଆଣ୍ଡ ଜନସନ ନିଜର ଲୋକପ୍ରିୟ ବେବି ଶାମ୍ପୁରେ ହାନିକାରକ ପଦାର୍ଥ ଥିବା ଅଭିଯୋଗକୁ ଖଣ୍ଡନ କରିଛି। ରାଜସ୍ଥାନ ସରକାରଙ୍କ ଜୟପୁରସ୍ଥିତ ଔଷଧ ପରୀକ୍ଷଣ ପ୍ରୟୋଗଶାଳା କମ୍ପାନୀର ବେବି ଶାମ୍ପୁରେ ଫର୍ମାଲଡିହାଇଡ(କ୍ୟାନସରକାରକ) ମିଳିଥିବା ଅଭିଯୋଗ କରିଥିଲା। ଲାବରେଟୋରୀ ରିପୋର୍ଟକୁ ଭିତ୍ତି କରି ରାଷ୍ଟ୍ରୀୟ ଶିଶୁ ଅଧିକାର ସଂରକ୍ଷଣ ଆୟୋଗ(ଏନ୍‌ସିପିସିଆର୍‌) ସମସ୍ତ ରାଜ୍ୟସରକାର ଓ କେନ୍ଦ୍ର ଶାସିତ ପ୍ରଦେଶର ମୁଖ୍ୟ ଶାସନ ସଚିବଙ୍କ ନିକଟକୁ ପତ୍ର ଲେଖି ଜନସନ ଆଣ୍ଡ ଜନସନର ବେବି ଶାମ୍ପୁ ବିକ୍ରି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲା। ଏଥିସହ ସମସ୍ତ ଷ୍ଟକ୍‌ ହଟାଇଦେବାକୁ କୁହାଯାଇଥିଲା। ତେବେ କମ୍ପାନୀକୁ ଶାମ୍ପୁ ବିକ୍ରି ରୋକିବା ଲାଗି କୁହାଯାଇ ନାହିଁ ବୋଲି ଏକ ବିବୃତି ଜାରି କରି କୁହାଯାଇଛି। ଉକ୍ତ ପ୍ରୟୋଗଶାଳା ରିପୋର୍ଟକୁ ମଧ୍ୟ ଏହା ଅସ୍ବୀକାର କରିଛି। ସୂଚନାଥାଉ କି, କମ୍ପାନୀର ୪ ହଜାର କୋଟି ଟଙ୍କାର ବେବି କେୟାର ବଜାରରେ ଭାରତରେ ପ୍ରାୟ ୭୫% ଅଂଶ ରହିଛି। କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ବେବି ଶାମ୍ପୁରେ ଫର୍ମାଲଡିହାଇଡ ବ୍ୟବହାର କରାଯାଏ ନାହିଁ। ଶାମ୍ପୁରେ ଏଭଳି କୌଣସି ରାସାୟନିକ ପଦାର୍ଥ ବ୍ୟବହାର କରାଯାଏ ନାହିଁ, ଯାହା ପରେ ଫର୍ମାଲଡିହାଇଡରେ ପରିବର୍ତ୍ତିତ ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri