ବେଲଘର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ: ତୁରନ୍ତ ନିଯୁକ୍ତି ଦାବିରେ ୨୬ କିମି ଚାଲିଲେ ଛାତ୍ର

ତୁମୁଡ଼ିବନ୍ଧ,୪।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ସରକାରୀ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଓ ନବମ ଶ୍ରେଣୀର ୫୪ଜଣ ଛାତ୍ର ଶିକ୍ଷକ ଦାବିରେ ୨୬ କିମି ବାଟ ଚାଲିଛନ୍ତି। ମଙ୍ଗଳବାର ରାତି ୩ଟାରେ ବିଦ୍ୟାଳୟ ହଷ୍ଟେଲରୁ ବାହାରି ଛାତ୍ରମାନେ ଚାଲିଚାଲି ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ତୁମୁଡ଼ିବନ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା ବିଡିଓ ଦାୟିତ୍ୱରେ ଥିବା କୈଳାସ ଚନ୍ଦ୍ର ମୁର୍ମୁ, ବ୍ଲକ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପାତ୍ର ପ୍ରମୁଖ ଛାତ୍ରମାନଙ୍କୁ ବୁଝାଶୁଝା କରିଥିବା ସୂଚନା ମିଳିଛି।

ଉକ୍ତ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀଠାରୁ ଦଶମ ପର୍ଯ୍ୟନ୍ତ ୩୭୫ ଛାତ୍ରୀଛାତ୍ର ପଢ଼ୁଥିବା ବେଳେ ରହିଛନ୍ତି ମାତ୍ର ୭ଜଣ ଶିକ୍ଷକ। ଏପରିକି ପ୍ରଧାନଶିକ୍ଷକ ମଧ୍ୟ ନାହାନ୍ତି। ଅପରପକ୍ଷେ ସ୍କୁଲରେ ଆଉ ୭ଜଣ ଶିକ୍ଷକଙ୍କ ଆବଶ୍ୟକତା ରହିଛି। ଏହାକୁ ନେଇ ଛାତ୍ରମାନେ ରାତିରେ ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ, ଶ୍ରେଣୀଗୃହ, ମୁଖ୍ୟଫାଟକ ଆଦିରେ ତାଲାପକାଇ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ସେମାନଙ୍କ ଦାବି ବିଷୟରେ ଭାରପ୍ରାପ୍ତ ବିଡିଓ ଏବଂ ବ୍ଲକ ଅଧ୍ୟକ୍ଷ ପଚାରି ବୁଝି ସ୍କୁଲକୁ ପଠାଇଥିଲେ। ସ୍କୁଲରେ ସେମାନଙ୍କ ଦାବି ସମ୍ପର୍କରେ ଅଧିକ ତଦନ୍ତ କରାଯିବା ପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri