ବେଲଟିକିରିରେ ପ୍ରାଣୀଧନ ଚିକିତ୍ସକ ଦଳ: ଚିକିତ୍ସା କଲେ, ପ୍ରତିଷେଧକ ଦେଲେ

ଢେଙ୍କାନାଳ ଅଫିସ, ୧୫।୧୧-ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ବଜବଜିଆ ରୋଗ ଆତଙ୍କ ସମ୍ପର୍କିତ ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ପ୍ରାଣୀଧନ ଚିକିତ୍ସା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଗୁରୁବାର ବିଭାଗର ଏକ ଟିମ୍‌ ଗ୍ରାମରେ ପହଞ୍ଚତ୍ ଗୋରୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ପ୍ରତିଷେଧକ ଦେଇଛନ୍ତି।
ଅଞ୍ଚଳରେ ୧୦ରୁ ଊର୍ଦ୍ଧ୍ୱ ଗୋରୁ ରୋଗାକ୍ରାନ୍ତ ହୋଇଛନ୍ତି। ଏଥିସହ ଏକ ବାଛୁରିର ମୃତ୍ୟୁ ଘଟିଛି। ବଜବଜିଆ ରୋଗରେ ଗୋରୁ ଆକ୍ରାନ୍ତ ହୋଇଥିବା ଗୋ-ପାଳକମାନେ ଅଭିଯୋଗ ଆଣିଥିଲେ। ଅଞ୍ଚଳରେ ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ରହିଛି। ହେଲେ ପ୍ରାଣୀଧନ ନିରୀକ୍ଷକ ନାହାନ୍ତି। ଫଳରେ ଉଚିତ୍‌ ସମୟରେ ରୋଗ ନିରୂପଣ କରାଯାଇପାରୁ ନାହିଁ। ଗୋରୁମାନେ ରୋଗାକ୍ରାନ୍ତ ହୋଇ ପ୍ରାଣ ହରାଉଛନ୍ତି। ଏହାକୁ ନେଇ ଗୋ-ପାଳକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଏ ନେଇ ଖବର ପ୍ରକାଶିତ ହେବାପରେ ଗୁରୁବାର ସକାଳେ ପ୍ରାଣୀ ଚିକିତ୍ସକ ଦଳ ଗ୍ରାମରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।
ପ୍ରାଣୀଧନ ଚିକିତ୍ସାଳୟର ଉପ ନିର୍ଦ୍ଦେଶକ ଡା. ବିଷ୍ଣୁ ଚରଣ ସ୍ବାଇଁ, କାଇମାଟି ପ୍ରାଣୀଧନ ଚିକିତ୍ସକ ଡା. ମିନତି ବେହେରା, ଅତିରିକ୍ତ ପ୍ରାଣୀଧନ ଚିକିତ୍ସକ ଡା. ବିଜ୍ଞା ବେଦନ୍ତିକା, ପ୍ରାଣୀଧନ ନିରୀକ୍ଷକ ବିଦ୍ୟାଧର ବିଶ୍ୱାଳ, ସନ୍ତୋଷ ସାମନ୍ତ ପ୍ରମୁଖ ଆକ୍ରାନ୍ତ ଗୋରୁଙ୍କ ଚିକିତ୍ସା କରିଥିଲେ। ତେବେ ଏହା ବଜବଜିଆ ରୋଗ ନୁହେଁ ବୋଲି ଡାକ୍ତରମାନେ କହିଛନ୍ତି। ସେହିପରି ପେଟ ରୋଗ ଯୋଗୁ ବାଛୁରିର ମୃତ୍ୟୁ ଘଟିଥିବା ସୂଚନା ଦିଆଯାଇଛି। ରୋଗକୁ ନେଇ କଳ୍ପନାଜଳ୍ପନା ଲାଗି ରହିଥିବାବେଳେ ଗୋରୁଙ୍କ ଟିକାକରଣ କରାଯାଇଛି। ଏଥିସହ ବଜବଜିଆ ରୋଗ ସମ୍ପର୍କରେ ଚାଷୀଙ୍କୁ ସଚେତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?