ବେଲପାହାଡ଼ ଏକ୍ସସିସ୍‌ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ଘଟଣା: ୧୦ ଦିନ ପରେ ଘଟଣାର ପର୍ଦ୍ଦାଫାସ, ବିହାରରୁ ଜଣେ ଗିରଫ, ବନ୍ଧୁକ ଜବତ

ଝାରସୁଗୁଡା ଅଫିସ/ଲଖନପୁର, ୧୪।୧୯(ଡି .ଏନ୍‌ .ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଏକ୍ସସିସ ବ୍ୟାଙ୍କରୁ ଗତ ୪ ତାରିଖରେ ସଶସ୍ତ୍ର ଡକାୟତି ହୋଇଥିଲା। ଡକାୟତମାନେ ବନ୍ଧୁକ ଦେଖାଇ ୧୧ ଲକ୍ଷ ଟଙ୍କା ଲୁଟି ନେଇଯାଇଥିଲେ। ଏହି ଘଟଣାରେ ପୋଲିସ ବେଲପାହାଡ଼ ଥାନାରେ କେସ୍‌ ନଂ.୧୪୫/୧୯ରେ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଥିଲା। ସିସିଟିଭି କ୍ୟାମେରା ଫୁଟେଜକୁ ଆଧାରକରି ପୋଲିସ ବିହାର ମୁଜାଫର୍‌ପୁରରେ ପହଞ୍ଚି ଘଟଣାରେ ସମ୍ପୁକ୍ତ ଅଭିଯୁକ୍ତ ନିରଜ ଠାକୁର(୩୮)ଙ୍କୁ ଗତ ଗୁରୁବାର ଗିରଫ କରିଥିଲା। ଗିରଫ ପରେ ଅଭିଯୁକ୍ତଙ୍କୁ ସ୍ଥାନୀୟ କୋର୍ଟରେ ହାଜର କଲାପରେ ସେଠାରୁ ଝାରସୁଗୁଡା ନେଇଆସିଛି । ତାଙ୍କ ନିକଟରୁ ଏକ ବନ୍ଧୁକ ସହ ଗୁଳି ଜବତ କରାଯାଇଛି। ନିରଜଙ୍କୁ ଜେରା କଲାପରେ ଘଟଣାର ମାଷ୍ଟରମାଇଣ୍ଡ ସମେତ ଅନ୍ୟ ୫ ଅଭିଯୁକ୍ତଙ୍କ ସମ୍ପର୍କରେ ପୋଲିସ ସମସ୍ତ ତଥ୍ୟ ପାଇପାରିଛି । ଖୁବ୍‌ଶୀଘ୍ର ସେମାନଙ୍କୁ ମଧ୍ୟ ଗିରଫ କରାଯିବ ବୋଲି ଏସ୍‌ପି ଅଶି୍ବନୀ ମହାନ୍ତି ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

ଦୁଇ ଓସିଏସ୍‌ଙ୍କୁ ସମ୍ମାନିତ କଲେ ଜିଲାପାଳ, କହିଲେ ସମସ୍ତ ପ୍ରକାରର ଲୋକଙ୍କୁ କିପରି…

କେସିଙ୍ଗା,୧୫ା୬(ତୁମେଶ୍ୱର ସାହୁ): ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶିତ ପରେ ଉତ୍ତୀର୍ଣ୍ଣ ହୋଇଥିବା କଳାହାଣ୍ଡି ଜିଲାର କେସିଙ୍ଗା ସହରର ଚତୁର୍ଥ ସ୍ଥାନରେ ଥିବା କନକ ଜୈନ ଏବଂ…

ମୋଦିଙ୍କ ସହ ସେଲ୍‌ଫି ନେଲେ ଫ୍ରାନ୍ସ ରାଷ୍ଟ୍ରପତି: ଫଟୋ ଶେୟାର କରି ଲେଖିଲେ…

ନାଇସ୍‌,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଇସ୍‌ ଗସ୍ତ ସମୟରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରଁଙ୍କୁ ଭେଟି ଆନନ୍ଦ ପ୍ରକାଶ କରିଥିଲେ। ଦୁଇ ନେତା ‘ଇଣ୍ଡିଆ ଇନୋଭେଟ୍ସ ୨୦୨୬’…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ…

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri