ବୈଜ୍ଞାନିକ ପଦ୍ଧତିରେ ହେଉ ଶିକ୍ଷାଦାନ

କାମାକ୍ଷାନଗର,୨୫।୧୨(ଡି.ଏନ.ଏ.) କାମାକ୍ଷାନଗର ବ୍ଲକ ବୁଢିବିଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତ ବାର୍ଷିକ ସମାରୋହ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ସଭାପତି ନୃସିଂହଚରଣ ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ରାଜ୍ୟ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ କହିଲେ ଯେ, ଶହେ ବର୍ଷ ମଧ୍ୟରେ ଏହି ବିଦ୍ୟାଳୟ ବହୁ କୃତୀ ଛାତ୍ରୀଛାତ୍ର ସୃଷ୍ଟି କରିଛି। ସେମାନଙ୍କ ଉଦ୍ୟମରେ ଆଜି ଏଭଳି ବର୍ଣ୍ଣାଢ୍ୟ ଉତ୍ସବ ହୋଇପାରିଛି। ବୈଜ୍ଞାନିକ ପଦ୍ଧତିରେ ଶିକ୍ଷାଦାନ କରିବାକୁ ସେ ପରାମର୍ଶ ଦେଇଥିଲେ। ମୁଖ୍ୟବକ୍ତା ଭାବେ ଗବେଷକ ପଣ୍ଡିତ ଡ. ଅନ୍ତର୍ଯ୍ୟାମୀ ମିଶ୍ର ଯୋଗଦେଇ ଛାତ୍ରୀଛାତ୍ରମାନେ ଭଲ ମଣିଷ ହେଲେ ସମାଜରେ ପରିବର୍ତ୍ତନ ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ପୁରାତନ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଦ୍ୟାଳୟରୁ ଅବସରଗ୍ରହଣ କରିଥିବା ସମସ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ଅତିଥିମାନେ ସ୍ମରଣିକା ଉନ୍ମୋଚନ କରିଥିଲେ। ପୁରାତନ ଛାତ୍ର ଅଧ୍ୟାପକ ବିଶ୍ବ ଚିନ୍ତାମଣି, ଅମିତ ପ୍ରସାଦ ପାଣି, ବିଭୂତି ଭୂଷଣ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଉପଦେଷ୍ଟା କୋଦଣ୍ଡଧର ବେହେରା ମଞ୍ଚାସୀନ


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri